ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଗଣମାଧ୍ୟମ ଜରିଆରେ ବାରମ୍ବାର ଲୋକଙ୍କୁ ସଚେତନତା ବାର୍ତ୍ତା ଦେଉଛନ୍ତି l ତଥାପି ଲୋକଙ୍କ ମଧ୍ୟରେ ସଚେତନତା ଅଭାବ ରହିଛି, ଯାହା ଦ୍ୱାରା ଅନେକ ଜାଗାରେ ଭିଡ ସହ ବିଶୃଙ୍ଖଳା ନଜିର ରହିଛି l ତେଣୁ ଶନିବାର ରାଜ୍ୟ ସରକାର ସାରା ଓଡ଼ିଶାରେ ସମସ୍ତ ବ୍ଲକରେ ସୁଭଦ୍ରା ଯୋଜନା ସଚେତନତା ରଥ ବୁଲିବାର ବନ୍ଦୋବସ୍ତ କରିଛନ୍ତିl ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମୁଖ୍ୟଅତିଥି ରୂପେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେବା ସହ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଜିଲାପାଳ, ଆରକ୍ଷୀ ଅଧିକ୍ଷକ ଓ ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ଉପସ୍ଥିତରେ ଉଦ୍‌ଘାଟନ କରାଯାଇଥିଲା l ଏହି ଦୃଷ୍ଟି କୋଣରୁ ଗଞ୍ଜାମ ଜିଲାରେ ଗୋଟାଏ ନିର୍ବାଚନମଣ୍ଡଳୀକୁ ଗୋଟାଏ ସଚେତନତା ରଥ ବୁଲି ଲୋକଙ୍କୁ ସଚେତନ କରିବl


Enter your email to get our daily news in your inbox.

All Right Reserved By Dharitri.Com

୧୩ ଥାନାରେ ନାହିଁ ସିସିଟିଭି

ଭୁବନେଶ୍ୱର,୮।୧୦: ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ବଡ଼ ବୟାନ ଦେଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌। ୧୩ଟି ଥାନାରେ ସିସିଟିଭି ନ ଥିବା ଗଙ୍ଗୱାର୍‌...

ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ହାତୀ

କେନ୍ଦୁଝର,୮।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ପାଟଖଳି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଖାଦ୍ୟ ଅନ୍ବେଷଣରେ ଗ୍ରାମ ନିକଟକୁ...

ସାବଧାନ ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ: ଟାର୍ଗେଟରେ…

କଟକ,୮।୧୦: ନକଲିର ଗନ୍ତାଘର କଟକ ସହର। ଏହା ମଧ୍ୟରେ ସାମ୍ନାକୁ ଆସିଛି ନକଲି ନୋଟ କାରବାର ଖବର। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ଦଶହରା...

ଯନ୍ତ୍ରୀଙ୍କ ଆଖିଖୋସି ହୋଇଗଲା ଭଳି ସମ୍ପତି : କୋଟି କୋଟି ଟଙ୍କାର….

ଭୁବନେଶ୍ୱର,୮।୧୦: ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୩୩୦୦ ବର୍ଗଫୁଟର...

Subhadra Yojana: ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ? ଜାଣିନିଅନ୍ତୁ…

ଭୁବନେଶ୍ୱର,୮।୧୦: ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ...

କାତ୍ୟାୟନୀ ବେଶରେ ମା’ ସମଲେଶ୍ବରୀ: ଜାଣନ୍ତୁ କେମିତି ମାନସିକ ପୂରଣ ସହିତ ପାଇବେ ଶୁଭଫଳ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ମଙ୍ଗଳବାର ମା’ ସମଲେଶ୍ବରୀ କାତ୍ୟାୟନୀ ବେଶରେ ଦର୍ଶନ...

ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗ: ଆସିଲା ବଡ଼ ରାୟ

କଳାହାଣ୍ଡି,୮।୧୦: କଳାହାଣ୍ଡି ଜିଲା ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗରେ ଉପରେ ହାଇକୋର୍ଟ ମଙ୍ଗଳବାର ବଡ଼ ରାୟ ଦେଇଛନ୍ତି। ଖାଲି ପଡ଼ିଥିବା ସମିତି ସଭ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri