ହିତାଧିକାରୀଙ୍କୁ ସଚେତନ କରିବା ପାଇଁ ଗାଁ ଗାଁ ଗଡିବ ସୁଭଦ୍ରା ରଥ

ଭୁବନେଶ୍ୱର,୫ା୯: ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଗୁରୁବାର ସଂଧ୍ୟା ସୁଦ୍ଧା କାର୍ଯ୍ୟ ଅଗ୍ରଗତି କିପରି ରହିଛି , ସେ ସଂପର୍କରେ ରାଜସ୍ୱ ଆୟୁକ୍ତ,ଜିଲାପାଳ ଏବଂ ସମସ୍ତ ମହାନଗର ନିଗମର କମିଶନରଙ୍କ ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଭାସୀ ବୈଠକ ମାଧ୍ୟମରେ ସ୍ଥିତି ସମୀକ୍ଷା କରିଛନ୍ତି ।

ବୈଠକରେ ସୁଭଦ୍ରା ଯୋଜନା ସଂପର୍କିତ ସୂଚନା, ଶିକ୍ଷା ଓ ଯୋଗାଯୋଗ(ଆଇଇସି) ଉପରେ ଗୁରୁତ୍ୱ ଦିଆଯାଇଥିଲା ।୧୭ ତାରିଖରେ ସୁଭଦ୍ରା ଯୋଜନା ରାଜ୍ୟସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ । ଏହି କାର୍ଯ୍ୟକ୍ରମରେ ପଂଚାୟତ, ବ୍ଲକ, ଜିଲ୍ଲା, ପୌରାଂଚଳ, ମହାନଗର ନିଗମ ସ୍ତରରେ ପ୍ରଦର୍ଶନ ହେବା ନିମନ୍ତେ ପ୍ରସ୍ତୁତି ସଂପର୍କରେ ଆଲୋଚନା କରାଯାଇଥିଲା ।

ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ ସଚେତନତା ରଥ ସେପ୍ଚେମ୍ବର ୭ ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ । ସଚେତନତା ରଥ କେଉଁ ରାସ୍ତାରେ ପରିଭ୍ରମଣ କରିବ, ତାହାର ନକ୍ସା ଅଂଚଳର ଜନପ୍ରତିନିଧି ଏବଂ ଅଂଶଗ୍ରହଣକାରୀଙ୍କୁ ଜଣାଯିବ, ଫଳରେ ଜନପ୍ରତିନିଧିମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ ।

ଏହି ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଲକ, ଜିଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ । ସବୁ କମନ ସର୍ଭିସ୍ ସେଣ୍ଚର ଏବଂ ମୋ ସେବା କେନ୍ଦ୍ରରେ ସୂଚନା ପ୍ରଚାର ପତ୍ର ଉପଲବ୍ଧ ହେବା ସହିତ ପୋଷ୍ଟର,ବ୍ୟାନର ଆଦି ଲଗାଯିବ । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।କେନ୍ଦ୍ରଗୁଡ଼ିକ ଯେପରି ଶୃଙ୍ଖଳିତ ଭାବେ ପରିଚାଳିତ ହେବ, ଅତ୍ୟଧିକ ଜନ ଗହଳି ହେବ ନାହିଁ, ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି । କୌଣସି ଅପରେଟରମାନଙ୍କୁ ଫର୍ମ ଦାଖଲ ପାଇଁ ଆବେଦନକାରୀଙ୍କୁ ଟଙ୍କା ଦେବାକୁ ପଡିବ ନାହିଁ ।

ସେପ୍ଟେମ୍ବର ୧୭ ତାରିଖରେ ଏହି ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କୁ ପ୍ରଦାନର ଶୁଭାରମ୍ଭ କରାଯିବାକୁ ଥିବାରୁ ଏଥିପାଇଁ ଅଦ୍ୟାବଧି କେତେ ଫର୍ମ ବିତରଣ କରାଯାଇଛି, କେତେ ସଂଗୃହିତ ହୋଇ ପୋର୍ଟାଲରେ ଅପଲୋଡ୍ କରାଯାଇଛି , ତାହାର ସମୀକ୍ଷା କରାଯାଇଥିଲା । ସଂଗୃହିତ ଫର୍ମ ଗ୍ରାମ ପଂଚାୟତଓ୍ୱାରୀ ଅଲଗା ଅଲଗା କରାଯାଇ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନ୍ୟାଦେଶ ପର୍ଯ୍ୟନ୍ତ ରହିବ । ଅଦ୍ୟାବଧି ରାଜ୍ୟରେ ପ୍ରାୟ ୪୦ ହଜାର କମନ ସର୍ଭିସ୍ ସେଣ୍ଚର ଏବଂ ମୋ ସେବା କେନ୍ଦ୍ରରେ ଶିବିର କରାଯାଇ ଫର୍ମ ସଂଗ୍ରହ କରାଯାଉଛି । ସମସ୍ତ କେନ୍ଦ୍ରର ତଦାରଖ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟ ପକ୍ଷରେ ନକଲି ଓେୱେବ୍ ସାଇଟ୍ ରେ ଯେପରି ଆବେଦନକାରୀ ଆବେଦନ ନ କରନ୍ତି, ତାହାକୁ ନିଶ୍ଚିତ କରିବା ସହିତ ଏହା ଜଣା ପଡିଲେ ତୁରନ୍ତ ରାଜ୍ୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ଅଧିକାରୀଙ୍କୁ ସୁଭଦ୍ରା ଯୋଜନା ସଂପର୍କିତ ଏକ୍ସ (ଟ୍ୱିଟର),ଇନଷ୍ଟାଗ୍ରାମ, ଫେସବୁକ ଏବଂ ୟୁଟ୍ୟୁବରେ ସୋସିଆଲ ମିଡିଆ ହ୍ୟାଣ୍ଡେଲକୁ ଫଲୋ କରିବା ସହିତ ପ୍ରକୃତ ତଥ୍ୟ ଅନୁସରଣ କରିବା , ଜିଲ୍ଲାସ୍ତରରେ, ବ୍ଲକ ଓ ବିଭିନ୍ନ ସ୍ତରରେ ପ୍ରେସ୍ ବିବୃତ୍ତି ମାଧ୍ୟମରେ ଗଣମାଧ୍ୟମ ଜରିଆରେ ଜନସାଧାରଣ ତଥା ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ସଠିକ ସୂଚନା ପ୍ରଦାନ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri