ହିତାଧିକାରୀଙ୍କୁ ସଚେତନ କରିବା ପାଇଁ ଗାଁ ଗାଁ ଗଡିବ ସୁଭଦ୍ରା ରଥ

ଭୁବନେଶ୍ୱର,୫ା୯: ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଗୁରୁବାର ସଂଧ୍ୟା ସୁଦ୍ଧା କାର୍ଯ୍ୟ ଅଗ୍ରଗତି କିପରି ରହିଛି , ସେ ସଂପର୍କରେ ରାଜସ୍ୱ ଆୟୁକ୍ତ,ଜିଲାପାଳ ଏବଂ ସମସ୍ତ ମହାନଗର ନିଗମର କମିଶନରଙ୍କ ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଭାସୀ ବୈଠକ ମାଧ୍ୟମରେ ସ୍ଥିତି ସମୀକ୍ଷା କରିଛନ୍ତି ।

ବୈଠକରେ ସୁଭଦ୍ରା ଯୋଜନା ସଂପର୍କିତ ସୂଚନା, ଶିକ୍ଷା ଓ ଯୋଗାଯୋଗ(ଆଇଇସି) ଉପରେ ଗୁରୁତ୍ୱ ଦିଆଯାଇଥିଲା ।୧୭ ତାରିଖରେ ସୁଭଦ୍ରା ଯୋଜନା ରାଜ୍ୟସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ । ଏହି କାର୍ଯ୍ୟକ୍ରମରେ ପଂଚାୟତ, ବ୍ଲକ, ଜିଲ୍ଲା, ପୌରାଂଚଳ, ମହାନଗର ନିଗମ ସ୍ତରରେ ପ୍ରଦର୍ଶନ ହେବା ନିମନ୍ତେ ପ୍ରସ୍ତୁତି ସଂପର୍କରେ ଆଲୋଚନା କରାଯାଇଥିଲା ।

ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ ସଚେତନତା ରଥ ସେପ୍ଚେମ୍ବର ୭ ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ । ସଚେତନତା ରଥ କେଉଁ ରାସ୍ତାରେ ପରିଭ୍ରମଣ କରିବ, ତାହାର ନକ୍ସା ଅଂଚଳର ଜନପ୍ରତିନିଧି ଏବଂ ଅଂଶଗ୍ରହଣକାରୀଙ୍କୁ ଜଣାଯିବ, ଫଳରେ ଜନପ୍ରତିନିଧିମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ ।

ଏହି ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଲକ, ଜିଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ । ସବୁ କମନ ସର୍ଭିସ୍ ସେଣ୍ଚର ଏବଂ ମୋ ସେବା କେନ୍ଦ୍ରରେ ସୂଚନା ପ୍ରଚାର ପତ୍ର ଉପଲବ୍ଧ ହେବା ସହିତ ପୋଷ୍ଟର,ବ୍ୟାନର ଆଦି ଲଗାଯିବ । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।କେନ୍ଦ୍ରଗୁଡ଼ିକ ଯେପରି ଶୃଙ୍ଖଳିତ ଭାବେ ପରିଚାଳିତ ହେବ, ଅତ୍ୟଧିକ ଜନ ଗହଳି ହେବ ନାହିଁ, ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି । କୌଣସି ଅପରେଟରମାନଙ୍କୁ ଫର୍ମ ଦାଖଲ ପାଇଁ ଆବେଦନକାରୀଙ୍କୁ ଟଙ୍କା ଦେବାକୁ ପଡିବ ନାହିଁ ।

ସେପ୍ଟେମ୍ବର ୧୭ ତାରିଖରେ ଏହି ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କୁ ପ୍ରଦାନର ଶୁଭାରମ୍ଭ କରାଯିବାକୁ ଥିବାରୁ ଏଥିପାଇଁ ଅଦ୍ୟାବଧି କେତେ ଫର୍ମ ବିତରଣ କରାଯାଇଛି, କେତେ ସଂଗୃହିତ ହୋଇ ପୋର୍ଟାଲରେ ଅପଲୋଡ୍ କରାଯାଇଛି , ତାହାର ସମୀକ୍ଷା କରାଯାଇଥିଲା । ସଂଗୃହିତ ଫର୍ମ ଗ୍ରାମ ପଂଚାୟତଓ୍ୱାରୀ ଅଲଗା ଅଲଗା କରାଯାଇ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନ୍ୟାଦେଶ ପର୍ଯ୍ୟନ୍ତ ରହିବ । ଅଦ୍ୟାବଧି ରାଜ୍ୟରେ ପ୍ରାୟ ୪୦ ହଜାର କମନ ସର୍ଭିସ୍ ସେଣ୍ଚର ଏବଂ ମୋ ସେବା କେନ୍ଦ୍ରରେ ଶିବିର କରାଯାଇ ଫର୍ମ ସଂଗ୍ରହ କରାଯାଉଛି । ସମସ୍ତ କେନ୍ଦ୍ରର ତଦାରଖ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟ ପକ୍ଷରେ ନକଲି ଓେୱେବ୍ ସାଇଟ୍ ରେ ଯେପରି ଆବେଦନକାରୀ ଆବେଦନ ନ କରନ୍ତି, ତାହାକୁ ନିଶ୍ଚିତ କରିବା ସହିତ ଏହା ଜଣା ପଡିଲେ ତୁରନ୍ତ ରାଜ୍ୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ଅଧିକାରୀଙ୍କୁ ସୁଭଦ୍ରା ଯୋଜନା ସଂପର୍କିତ ଏକ୍ସ (ଟ୍ୱିଟର),ଇନଷ୍ଟାଗ୍ରାମ, ଫେସବୁକ ଏବଂ ୟୁଟ୍ୟୁବରେ ସୋସିଆଲ ମିଡିଆ ହ୍ୟାଣ୍ଡେଲକୁ ଫଲୋ କରିବା ସହିତ ପ୍ରକୃତ ତଥ୍ୟ ଅନୁସରଣ କରିବା , ଜିଲ୍ଲାସ୍ତରରେ, ବ୍ଲକ ଓ ବିଭିନ୍ନ ସ୍ତରରେ ପ୍ରେସ୍ ବିବୃତ୍ତି ମାଧ୍ୟମରେ ଗଣମାଧ୍ୟମ ଜରିଆରେ ଜନସାଧାରଣ ତଥା ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ସଠିକ ସୂଚନା ପ୍ରଦାନ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri