ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ କାହିଁକି ପଡ଼ିଲେ ବାଦ୍‌ ଜାଣି ରଖନ୍ତୁ…

ଭୁବନେଶ୍ୱର,୨୪ା୧୧: ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ  ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିଛି। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଆସିଛି।

ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ୨ ଲକ୍ଷ ୬୭ ହଜାର ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଲକରେ ପହଞ୍ଚିଛି। ବ୍ଲକରେ ଏ ନେଇ ସମୀକ୍ଷା ସରିଛି। ପ୍ରାୟ ୨୫ ପ୍ରତିଶତ ସଂଶୋଧନ ହୋଇଯାଇଛି। ବାକି ଜମି ସମସ୍ୟା ଯୋଗୁ ଯେଉଁମାନଙ୍କ ନାମ ତାଲିକାରେ ନାହିଁ, ତାଙ୍କ ନାଁରେ ଜମି ନାହିଁ। କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ସରଜମିନ ଯାଞ୍ଚ କରାଯିବ । ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ଆଉ ୫ ଲକ୍ଷଙ୍କର କିଛି କିଛି ଅସୁବିଧା ରହିଛି, ତାହା ସମାଧାନ ହୋଇନାହିଁ। ସେମାନେ ଆଜି ଟଙ୍କା ପାଇବେ ନାହିଁ । ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କରେ ସମସ୍ୟା ରହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଏହାର ସମାଧାନ ହେବା ପରେ ବାଦ୍‌ ତାଲିକାରେ ଥିବା ଆଉ ୫ ଲକ୍ଷରୁ ଅଧିକ ଯୋଗ୍ୟ ମହିଳା ଡିସେମ୍ବରରେ ଅର୍ଥ ରାଶି ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହେବେନି। ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଛନ୍ତି।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ ଓ ଅକ୍ଟୋବର ୯ରେ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଏହି ଯୋଜନାରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?