ଆଜି ଖାତାକୁ ଆସିନି ସୁଭଦ୍ରା ଟଙ୍କା, ପୁନର୍ବାର କରିପାରିବେ କି ଆବେଦନ, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା…

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଆଜି ଦ୍ବିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ଦିଆଯାଇଛି। ସଂଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା। ଏଯାବତ ଏହି ଯୋଜନାରେ ୧ କୋଟି ୬୦ ଲକ୍ଷ ସୁଭଦ୍ରା ଫର୍ମ ବଣ୍ଟନ କରାଯାଇଛି। ସେଥିରୁ ପ୍ରାୟ ୧.୫ କୋଟି ମହିଳାଙ୍କ ଫର୍ମ ରେଜିଷ୍ଟ୍ରେସନ ହୋଇଛି।

ସେହିପରି ଗଣମାଧ୍ୟମରେ ପ୍ରେସମିଟ୍‌ କରି ପ୍ରଭାତୀ ପରିଡା କହିଛନ୍ତି, ଖୁବ ଶୀଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ। ଏଯାବତ ୧ କୋଟି ୫୦ ହଜାର ମହିଳା ରେଜିଷ୍ଟ୍ରେସନ କଲେଣି। ୨ଟି ପର୍ଯ୍ୟାୟରେ ମୋଟ ୬୦ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିଛି । ଖୁବ ଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ହିତାଧିକାରୀଙ୍କୁ ଟଙ୍କା ଦେବୁ। ଏନପିସିଆଇ କ୍ଲିୟରାନ୍ସ ପରେ ଆଜି ୩୫ ଲକ୍ଷ ମହିଳାଙ୍କୁ ଟଙ୍କା ଦେଇଛୁ। କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ କରାଯିବନି। ଘରକୁ ଘର ଯାଇ, ବ୍ଲକ ବା ଜିଲା ପ୍ରଶାସନ ଜରିଆରେ ଯୋଗ୍ୟ କରିବୁ। ଯେଉଁମାନେ ନପାଇ ୨ ଥର ଆବେଦନ କରୁଛନ୍ତି, ସେମିତି କରନ୍ତୁ ନାହିଁ। ଆବେଦନ ନକରି କଣ ତ୍ରୁଟି ଅଛି ତାକୁ ସଂଶୋଧନ କରନ୍ତୁ।

ସୁଭଦ୍ରାର ଫର୍ମ ପୂରଣବେଳେ ତାର ପଞ୍ଜିକରଣ ଫର୍ମ ସହ ଆପଣଙ୍କୁ କିଛି ଜରୁରୀ ଡକ୍ୟୁମେଣ୍ଟ ଦେବାକୁ ପଡିବ। ଯଦି ଆପଣ ଏହି ଦରକାରୀ ଡକ୍ୟୁମେଣ୍ଟ ଦାଖଲ କରି ନ ଥିବେ ଓ ଫର୍ମରେ ଠିକ ସୂଚନା ଦେଇ ନଥିବେ ତେବେ ଆପଣଙ୍କ ଆବେଦନ କଟି ଯାଇପାରେ। ଏହାପରେ ବି ଆପଣ ପୁନଃ ଆବେଦନ କଲେ ଆପଣଙ୍କୁ ଟଙ୍କା ମିଳିବ ନାହିଁ। ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏଥିସହ ସୁଭଦ୍ରା ଫର୍ମ ଦାଖଲବେଳେ ଆପଣଙ୍କୁ ଆଧାରର ଜେରକ୍ସ ସହ ରାସନ କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଖାତାର ଜେରକ୍ସ ଦାଖଲ କରିବା ଜରୁରୀ। ଏଥିସହ ବାୟୋମେଟ୍ରିକ ବି ସଠିକ ଭାବେ ଦେଇଥିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri