ଆଜି ଖାତାକୁ ଆସିନି ସୁଭଦ୍ରା ଟଙ୍କା, ପୁନର୍ବାର କରିପାରିବେ କି ଆବେଦନ, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା…

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଆଜି ଦ୍ବିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ଦିଆଯାଇଛି। ସଂଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା। ଏଯାବତ ଏହି ଯୋଜନାରେ ୧ କୋଟି ୬୦ ଲକ୍ଷ ସୁଭଦ୍ରା ଫର୍ମ ବଣ୍ଟନ କରାଯାଇଛି। ସେଥିରୁ ପ୍ରାୟ ୧.୫ କୋଟି ମହିଳାଙ୍କ ଫର୍ମ ରେଜିଷ୍ଟ୍ରେସନ ହୋଇଛି।

ସେହିପରି ଗଣମାଧ୍ୟମରେ ପ୍ରେସମିଟ୍‌ କରି ପ୍ରଭାତୀ ପରିଡା କହିଛନ୍ତି, ଖୁବ ଶୀଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ। ଏଯାବତ ୧ କୋଟି ୫୦ ହଜାର ମହିଳା ରେଜିଷ୍ଟ୍ରେସନ କଲେଣି। ୨ଟି ପର୍ଯ୍ୟାୟରେ ମୋଟ ୬୦ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିଛି । ଖୁବ ଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ହିତାଧିକାରୀଙ୍କୁ ଟଙ୍କା ଦେବୁ। ଏନପିସିଆଇ କ୍ଲିୟରାନ୍ସ ପରେ ଆଜି ୩୫ ଲକ୍ଷ ମହିଳାଙ୍କୁ ଟଙ୍କା ଦେଇଛୁ। କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ କରାଯିବନି। ଘରକୁ ଘର ଯାଇ, ବ୍ଲକ ବା ଜିଲା ପ୍ରଶାସନ ଜରିଆରେ ଯୋଗ୍ୟ କରିବୁ। ଯେଉଁମାନେ ନପାଇ ୨ ଥର ଆବେଦନ କରୁଛନ୍ତି, ସେମିତି କରନ୍ତୁ ନାହିଁ। ଆବେଦନ ନକରି କଣ ତ୍ରୁଟି ଅଛି ତାକୁ ସଂଶୋଧନ କରନ୍ତୁ।

ସୁଭଦ୍ରାର ଫର୍ମ ପୂରଣବେଳେ ତାର ପଞ୍ଜିକରଣ ଫର୍ମ ସହ ଆପଣଙ୍କୁ କିଛି ଜରୁରୀ ଡକ୍ୟୁମେଣ୍ଟ ଦେବାକୁ ପଡିବ। ଯଦି ଆପଣ ଏହି ଦରକାରୀ ଡକ୍ୟୁମେଣ୍ଟ ଦାଖଲ କରି ନ ଥିବେ ଓ ଫର୍ମରେ ଠିକ ସୂଚନା ଦେଇ ନଥିବେ ତେବେ ଆପଣଙ୍କ ଆବେଦନ କଟି ଯାଇପାରେ। ଏହାପରେ ବି ଆପଣ ପୁନଃ ଆବେଦନ କଲେ ଆପଣଙ୍କୁ ଟଙ୍କା ମିଳିବ ନାହିଁ। ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏଥିସହ ସୁଭଦ୍ରା ଫର୍ମ ଦାଖଲବେଳେ ଆପଣଙ୍କୁ ଆଧାରର ଜେରକ୍ସ ସହ ରାସନ କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଖାତାର ଜେରକ୍ସ ଦାଖଲ କରିବା ଜରୁରୀ। ଏଥିସହ ବାୟୋମେଟ୍ରିକ ବି ସଠିକ ଭାବେ ଦେଇଥିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri