ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା

Featured Video Play Icon

ଭୁବନେଶ୍ୱର,୯ା୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ୱାରା ଉପକୃତ ହେବେ। ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏଯାବତ୍‌ ୨ ଲକ୍ଷ ୬୭ ହଜାର ‘ସୁଭଦ୍ରା’ ଆବେଦନ ରିଜେକ୍ଟ ହୋଇଛି। ବିଭିନ୍ନ ତ୍ରୁଟି କାରଣରୁ ଆବେଦନ ପତ୍ର ରିଜେକ୍ଟ ହୋଇଛି। ରିଜେକ୍ଟ ତାଲିକା ଜିଲାପାଳଙ୍କ ଜରିଆରେ ବ୍ଲକକୁ ପଠାଯାଇଛି। ଆଧାର କାର୍ଡ, ବ୍ୟାଙ୍କ ତ୍ରୁଟି ସଂଶୋଧନ କଲେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ। ଯଦି ସଂଶୋଧନ କରିବାରେ ବିଳମ୍ବ ହୁଏ ତେବେ ୪ର୍ଥ ପର୍ଯ୍ୟାୟରେ ମଧ୍ୟ ଦିଆଯିବ। ଜଣେ ବି ଯୋଗ୍ୟ ହିତାଧିକାରୀ ସୁବିଧାରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କହିଛନ୍ତି।

ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ସୂଚନା ଦେଇଛନ୍ତି।

ମହିଳାମାନେ ସଶକ୍ତ ହେଲେ ଓଡ଼ିଶାର ବିକାଶ ହେବ। ମହିଳାଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟ ବିକାଶର ମୂଳମନ୍ତ୍ର। ଏହାକୁ ହୃଦୟଙ୍ଗମ କରି କେନ୍ଦ୍ର ସରକାର ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବେ ବୋଲି ଜନତା ମଇଦାନରେ ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ସୁଇଚ୍‌ ଟିପି ରାଜ୍ୟର ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାଠାରେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରିଥିଲେ। ଏବେ ତୃତୀୟ ପର୍ଯ୍ୟାୟର ଟଙ୍କା ଆସିବ।

ସୂଚନାଯୋଗ୍ୟ, ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ  ମୋଟ ୫୦ ହଜାର ନଗଦ ଟଙ୍କା ଆସିବ । ଚଳିତ ଆର୍ଥିକ ବର୍ଷରୁ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ଲାଗୁ ହୋଇଛି। ୨୦୨୪ ନିର୍ବାଚନରେ ଭାଜପା ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri