କାଲି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ କହିଲେ ମୋବାଇଲକୁ ଆସୁଥିବା ଲିଙ୍କ୍‌ରେ…

ଭୁବନେଶ୍ୱର,୧୬ା୯: ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୁଭଦ୍ରା ହିତାଧିକାରୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଆଉ କିଛି ମଧ୍ୟ ଦ୍ୱନ୍ଦ୍ୱ ଭିତରେ ରହିଛନ୍ତି ଯେ, ତାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଆସିବ କି ନାହିଁ। ଏହାରି ଭିତରେ ସାଇବର ଠକ ମଧ୍ୟ ମାତିଲେଣି। କିଛି ହିତାଧିକାରୀଙ୍କ ମୋବାଇଲକୁ ଫେକ୍‌ ଲିଙ୍କ୍‌ ଆସୁଛି। ତେଣୁ ଏଭଳି ଲିଙ୍କ୍‌ରେ କ୍ଲିକ ନ କରିବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏଯାଏ ୬୫ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିସାରିଲେଣି। ରାଜ୍ୟର ସମସ୍ତ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଟଙ୍କା ମିଳିବ ବୋଲି ସେ ପୁଣିଥରେ ଦୋହରାଇଛନ୍ତି।
ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ଫ୍ଲାଗସିପ୍ ଯୋଜନା ‘ସୁଭଦ୍ରା’ର ଶୁଭାରମ୍ଭ କରିବେ। ଏହା ସର୍ବବୃହତ୍, ଏକକ ମହିଳା କୈନ୍ଦ୍ରିକ ଯୋଜନା ଏବଂ ଏଥିରେ ୧ କୋଟିରୁ ଅଧିକ ମହିଳା ସାମିଲ ହେବେ ବୋଲି ଆଶା କରାଯାଉଛି। ଏହି ଯୋଜନା ଅଧୀନରେ ୨୧-୬୦ ବର୍ଷ ବୟସର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୨୦୨୪-୨୫ରୁ ୨୦୨୮-୨୯ ମଧ୍ୟରେ ୫ ବର୍ଷ ମଧ୍ୟରେ ୫୦ ହଜାର ଟଙ୍କା ମିଳିବ। ଦୁଇଟି ସମାନ କିସ୍ତିରେ ବାର୍ଷିକ ୧୦ ହଜାର ଟଙ୍କା ହିତାଧିକାରୀଙ୍କ ଆଧାର ସକ୍ଷମ ଏବଂ ଡିବିଟି ସକ୍ଷମ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ। ଏହି ଐତିହାସିକ ମୂହୂର୍ତ୍ତ ଅବସରରେ ପ୍ରଧାନମନ୍ତ୍ରୀ ୧୦ ଲକ୍ଷରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ହସ୍ତାନ୍ତରର ଶୁଭାରମ୍ଭ କରିବେ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଆସିବ। ବ୍ୟସ୍ତ ହେବାର କିଛି ନାହିଁ। ଯେଉଁମାନେ ୧୭ ତାରିଖ ପରେ ଆବେଦନ କରିବେ ସେମାନଙ୍କ ଆକାଉଣ୍ଟକୁ ମଧ୍ୟ ଟଙ୍କା ଯିବ। ଆଉ ଯେଉଁମାନେ ବାହାରେ ରହି ଯାଇଛନ୍ତି ଏ ମାସରେ ଆବେଦନ କରି ନାହାନ୍ତି ସେମାନେ ମଧ୍ୟ ବ୍ୟସ୍ତ ହୁଅନ୍ତୁ ନାହିଁ। ତାଙ୍କ ଆକାଉଣ୍ଟକୁ ମଧ୍ୟ ସୁଭଦ୍ରା ଟଙ୍କା ଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri