କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟସଭା ସାଂସଦ ସୁଜିତ କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ।

ସୂଚନାଯୋଗ୍ୟ ଯେ, ଏହି କାଫେଟି ବିଜେଡି ଶାସନ ସମୟରେ ନିର୍ମିତ ହୋଇଥିଲେ ମଧ୍ୟ ଦୀର୍ଘ ଦୁଇ ବର୍ଷ ଧରି ବନ୍ଦ ହୋଇ ପଡ଼ି ରହିଥିଲା। ଦୀର୍ଘ ପ୍ରତୀକ୍ଷା ପରେ ଏହା କାର୍ଯ୍ୟକ୍ଷମ ହୋଇଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରଶାସନିକ ଅଧିକାରୀ ଓ ଜନପ୍ରତିନିଧିମାନେ ସାମିଲ ହୋଇଥିଲେ। ସ୍ୱତନ୍ତ୍ର ଅତିଥି ଭାବେ ଚନ୍ଦନ କୁମାର ସେନାପତି (ବ୍ଲକ ଅଧ୍ୟକ୍ଷ), ସମ୍ମାନିତ ଅତିଥି ଜନ୍ମେଜୟ ସ୍ୱାଇଁ (କେସିଙ୍ଗା ବିଡିଓ), ପ୍ରଶାନ୍ତି ପ୍ରଧାନ (ତହସିଲଦାର) ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବ୍ଲକ କନିଷ୍ଠ ଯନ୍ତ୍ରୀ ଜଳେଶ୍ୱର ନାଏକ, ତ୍ରିଲୋଚନ ବେହେରାଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri