Subhadra Yojana: ବିଜେଡି ଡରିଗଲାଣି, ଔଷଧ ବିକଳରେ ତାଟିଆ କାମୁଡୁଛି’

ଭୁବନେଶ୍ୱର,୭।୯: ‘ସୁଭଦ୍ରା’କୁ ନେଇ ବିଜେଡିର ଟିପ୍ପଣୀକୁ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଜେଡି ଔଷଧ ବିକଳରେ ତାଟିଆ କାମୁଡୁଛି। ୨୫ ବର୍ଷର ଶାସନରେ ବିଜେଡି ‘ସୁଭଦ୍ରା’ ଲାଗୁ କଲାନି । ବିଜେଡି ଏବେ ଆତଙ୍କିତ ହୋଇଗଲାଣି, ଡରିଗଲାଣି। ମହିଳା ଭୋଟକୁ ଅକ୍ତିଆରରେ ରଖିବା ଏବେ ଫେଲ ହେବାକୁ ଯାଉଛି ବୋଲି ଜୁଏଲ ଓରାମ କହିଛନ୍ତି।

ଅନ୍ୟପକ୍ଷେ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନା ସମ୍ପର୍କରେ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଏବଂ ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସୁଭଦ୍ରା ସଚେତନତା ରଥ ଆସନ୍ତା ୧୬ ତାରିଖ ଯାଏ ବୁଲି ସଚେତନତା ସୃଷ୍ଟି କରିବ। ରାଜ୍ୟବାପୀ ଗାଁଠୁ ସହର ପର୍ଯ୍ୟନ୍ତ ଏହି ସଚେତନତା ରଥ ବୁଲିବ। ବର୍ଷକୁ ୨ଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ମିଳିବ। ଏହା ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରତ୍ୟେକ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri