କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବାକୁ ଯାଉଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୧,୦୩,୨୬,୧୬୨ (୧.୦୩ କୋଟିରୁ ଅଧିକ) ମହିଳା ଉପକୃତ ହେବେ।

ସୂଚନା ଅନୁଯାୟୀ, ଏହି ୫ମ କିସ୍ତି ପାଇଁ ରାଜ୍ୟ ସରକାର ମୋଟ ୫,୧୬୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ସିଧାସଳଖ ଡିବିଟି (DBT) ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ କରିଛନ୍ତି।

ଏହି ପର୍ଯ୍ୟାୟରେ ପ୍ରାୟ ୨.୨୧ ଲକ୍ଷ ନୂତନ ଭାବେ ଯୋଗ୍ୟ ବିବେଚିତ ହୋଇଥିବା ମହିଳା ପ୍ରଥମ ଥର ପାଇଁ ସୁଭଦ୍ରା ଯୋଜନାର ଆର୍ଥିକ ସହାୟତା ପାଇବେ। ପୂର୍ୱରୁ ଆବେଦନ କରି ବିଭିନ୍ନ କାରଣରୁ ଟଙ୍କା ପାଇବାରୁ ବଞ୍ଚିତ ହୋଇଥିବା ଏବଂ ନୂତନ ଭାବେ ଯାଞ୍ଚ ପରେ ଯୋଗ୍ୟ ହୋଇଥିବା ହିତାଧିକାରୀମାନଙ୍କ ପାଇଁ ସରକାର ବଡ଼ ସୁବିଧା କରିଛନ୍ତି। ଏହି ମହିଳାମାନଙ୍କୁ ପୂର୍ୱର ବାକି ଥିବା କିସ୍ତି ସହିତ ମୋଟ ୫ଟିଯାକ କିସ୍ତିର ଟଙ୍କା ଏକାସାଙ୍ଗରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ।

ଏହି କାର୍ଯ୍ୟକ୍ରମର ସୁଚାରୁ ପରିଚାଳନା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଭାଗୀୟ ଅଧିକାରୀମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିଛନ୍ତି। ବ୍ୟାଙ୍କିଙ୍ଗ ସେବା ଏବଂ ଡିବିଟି (DBT) ପ୍ରକ୍ରିୟାରେ ଯେପରି କୌଣସି ପ୍ରକାର ତ୍ରୁଟି ନରହେ ଏବଂ ସମ୍ପୂର୍ଣ୍ଣ ସୱଚ୍ଛତା ବଜାୟ ରହେ, ସେଥିପ୍ରତି କଡ଼ା ନଜର ରଖିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri