ସୁଭଦ୍ରା ଯୋଜନା ଅପଡେଟ୍‌: ଗାଇଡ୍‌ଲାଇନରେ ପରିବର୍ତ୍ତନ ଆଣିଲେ ସରକାର, ଏଣିକି ଏହି ଆଧାରରେ ହେବ ଆବେଦନ

ଭୁବନେଶ୍ୱର,୬।୯: ରାଜ୍ୟରେ ଆରମ୍ଭ ହୋଇଯାଇଛି ସୁଭଦ୍ରା ଯୋଜନା ପାଇଁ ଆବେଦନ ପ୍ରକ୍ରିୟା । ଏହି ସମୟରେ ରାଜ୍ୟ ସରକାର ଏବେ ଏହି ଯୋଜନାର ନିୟମକୁ ସାମାନ୍ୟ କୋହଳ କରିଛନ୍ତି । ଆଧାର ନମ୍ବର ସହିତ ମୋବାଇଲ ଫୋନ ନମ୍ବର ଲିଙ୍କ ହୋଇନଥିଲେ ମଧ୍ୟ ବାୟୋମେଟ୍ରିକ ପଦ୍ଧତିରେ ଆଧାର ପ୍ରମାଣୀକରଣ କରାଯାଇପାରିବ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି । ତେଣୁ ବିନା ମୋବାଇଲ ନମ୍ବର ଲିଙ୍କରେ ମଧ୍ୟ ସୁଭଦ୍ରା ଯୋଜନା ପାଇଁ ଆବେଦନ ପୂରଣ ଓ ପଞ୍ଜିକରଣ କରିହେବ ବୋଲି ସରକାର କହିଛନ୍ତି ।

ଏହି ଯୋଜନା ପାଇଁ ପୂର୍ବରୁ ଏଥିପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଗାଇଡଲାଇନ ଜାରିକରିଥିଲେ। ଗାଇଡଲାଇନ ଅନୁଯାୟୀ, ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ଇ-କେୱାଇସି (E-KYC) ବାଧ୍ୟତାମୂଳକ ଥିଲଶ ଏଥିସହ ଆଧାର କାର୍ଡ ସହ ମୋବାଇଲ ଫୋନ ଲିଙ୍କ ମଧ୍ୟ ଆବଶ୍ୟକ ରହିଥିଲା। ନ ଚେତ ସୁଭଦ୍ରା ଯୋଜନାରୁ ଯୋଗ୍ୟ ହିତାଧିକାରୀ ବଞ୍ଚିତ ହେବେ ବୋଲି କୁହାଯାଇଥିଲା।

ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁବାର ‘ସୁଭଦ୍ରା’ ସହାୟତା କେନ୍ଦ୍ର ପରିଦର୍ଶନ କରିବା ସହ ଯେଭଳି କୌଣସି ଜଣେବି ହିତାଧିକାରୀ ବାଦ ନପଡିବେ ସେଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ପଞ୍ଜିକରଣର କୌଣସି ଶେଷ ତାରିଖ ନାହିଁ। ରାଜ୍ୟର ସମସ୍ତ ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ‘ସୁଭଦ୍ରା’ ଯୋଜନାର ଫର୍ମ ଉପଲବ୍ଧ ଅଛି । ସୁଭ୍ରଦା ଫର୍ମ ଦାଖଲ କରିବା ପାଇଁ ଆଧାର ସହିତ ମୋବାଇଲ ନମ୍ବର ଲିଙ୍କ ହୋଇ ନ ଥିଲେ ବି ଆବେଦନ କରାଯାଇପାରିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

କାହାକୁ ଲାଷ୍ଟ ଫୋନ୍ କରିଥିଲେ IIC ବିଉଟି ମହାନ୍ତି: ଡିସିପି କହିଲେ…

କଟକ, ୭।୭: IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ଘଟଣାର ତଦନ୍ତ ଜାରି ରହିଥିବା ବେଳେ କଟକ ଡିସିପି ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri