ଆଉ ଦୁଇ ଦିନ ପରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ‘ସୁଭଦ୍ରା’ ଟଙ୍କା, ଅଙ୍ଗନଓ୍ବାଡି କର୍ମୀଙ୍କୁ ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ…

ଭୁବନେଶ୍ୱର,୨୧।୧୧: ପୁଣି ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨ଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨୪ ତାରିଖରେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ । ଏଥର ୨୦ରୁ ୨୫ ଲକ୍ଷ ମହିଳା ଏହି ଟଙ୍କା ପାଇବେ । ତେବେ ଏହି ପର୍ଯ୍ୟାୟରେ ରାଜ୍ୟର ଲକ୍ଷ ଲକ୍ଷ ଅଙ୍ଗନବାଡି କର୍ମୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାଙ୍କୁ ଏହି ଯୋଜନାରେ ସାମିଲ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଛି । ଯେଉଁମାନଙ୍କର ରିଜେକ୍ଟ ହୋଇଛି ସେମାନଙ୍କ ଆବେଦନର ଯାଞ୍ଚ ଚାଲିଛି । ବାଦ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଆଲୋଚନା କରାଯାଉଛି । କୌଣସି ଯୋଗ୍ୟ ହିତାଧିକାରୀ ବାଦ ପଡିବେ ନାହିଁ । ବାରମ୍ବାର ଚେକ୍‌ କରାଯିବ । ରୂପରେଖ ଫାଇନାଲ ହେବ । ୧ ତାରିଖ ଦିନ ନୋଡାଲ ଏଜେନ୍ସି ନିଯୁକ୍ତ ହେବ । କେହି ବି ଯୋଗ୍ୟ ହିତାଧିକାରୀ ବଞ୍ଚିତ ହେବେ ନାହିଁ ବୋଲି ସେ କହିଛନ୍ତି।

ଏହାଛଡ଼ା ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ବାଦ୍‌ ହିତାଧିକାରୀଙ୍କୁ ସାମିଲ କରାଯିବା ନିମନ୍ତେ ଗୁରୁବାର ବୈଠକ ବସିବ। ୨୪ ସୁଦ୍ଧା ହିତାଧିକାରୀଙ୍କ ସଂଖ୍ୟା ୮୦ ଲକ୍ଷ ଟପିବ। ଏଯାବତ ୧ କୋଟି ୧୬ ଲ%ରେ ସୁଭଦ୍ରା ଆବେଦନ ପହଞ୍ଚିଲାଣି। ତେବେ ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ପାଇଁ ଅପିଲ କରାଯାଇଥିବା ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?