ସୁଭଦ୍ରା ଯୋଜନା ଆବେଦନ ହେବ ସହଜ, ଲୋକଙ୍କୁ ସମସ୍ତ ପ୍ରକାର…

ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): ସାରା ରାଜ୍ୟରେ ଏବେ ସୁଭଦ୍ରା ଯୋଜନାକୁ ନେଇ ଅନେକ ଚର୍ଚ୍ଚା ହେଉଛି। ଏହି ଯୋଜନାକୁ ନେଇ ଲୋକଙ୍କ ମନରେ ବିଭିନ୍ନ ଆଶଙ୍କା ରହିଥିବା ବେଳେ ତାକୁ ଦୂର କରିବା ଲକ୍ଷ୍ୟ ଓ ମହିଳାମାନେ କିଭଳି ଏହି ଯୋଜନାରେ ସଠିକ୍‌ ଭାବେ ଆବେଦନ କରିବେ ଓ ସମସ୍ତ ହିତାଧିକାରୀ ରାଜ୍ୟ ସରକାରଙ୍କ ଏହି ଯୋଜନାରେ ଫାଇଦା ନେଇପାରିବେ ସେ ନେଇ ରାଜ୍ୟଠାରୁ ଆରମ୍ଭ କରି ବ୍ଲକ ଏବଂ ପଞ୍ଚାୟତସ୍ତର ପର୍ଯ୍ୟନ୍ତ ଏଥିପାଇଁ ସମସ୍ତ ପ୍ରକାର ପ୍ରୟାସ କରାଯାଉଛି।

ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଗୁରୁବାରଠାରୁ ପ୍ରତି ପଞ୍ଚାୟତକୁ ସୁଭଦ୍ରା ରଥ ଗଡ଼ିବ ଓ ଲୋକଙ୍କୁ ସମସ୍ତ ପ୍ରକାର ସନ୍ଦେହ ଦୂର କରି ଏହି ଯୋଜନାର କିଭଳି ଫାଇଦା ମିଳିବ ସେନେଇ ପ୍ରୟାସ କରାଯାଉଥିବା ବିଡିଓ ଗଦାଧର ପାତ୍ର କହିଛନ୍ତି।

ପ୍ରଥମ ଦିନ ସୁଭଦ୍ରା ରଥ ଉକ୍ତ ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆ, ବୁଡ଼ାଗୁଡା, ତିଲୋରୀ, କିରିକୁଟି, ସିମନବାଡ଼ି ଅଞ୍ଚଳରେ ଲୋକଙ୍କୁ ସଚେତନ କରିବା ସହ ଶୁକ୍ରବାର ଶ୍ରାନିକେତା, ଦାରିଙ୍ଗବାଡ଼ି,ବାଡାବାଙ୍ଗା, ସିଆଙ୍ଗବାଲି ଓ ଭ୍ରମରବାଡ଼ି, ଶନିବାର ଗ୍ରୀନବାଡ଼ି,ପର୍ତ୍ତମାହା, ପ୍ଳିହେରି, ଦାନେକବାଡ଼ି, ସିର୍କାବର୍ଗ, ରବିବାର ଦାସିଙ୍ଗବାଡ଼ି, ସୋନପୁର, ତାଜୁଙ୍ଗିଆ,ସରାମୁଳି ଏବଂ ଗଦାପୁରରେ ସଚେତନ କରିବ।

ସେହିପରି ଶେଷଦିନ ଅର୍ଥାତ ସୋମବାର ବ୍ରାହ୍ମଣୀଗାଁ, ଝିଞ୍ଜିରୀଗୁଡା, କୁମ୍ଭାରୀଗାଁ, କାଟିଙ୍ଗିଆ ଏବଂ ହାତୀମୁଣ୍ଡା ପଞ୍ଚାୟତ ଅଞ୍ଚଳରେ ଲୋକଙ୍କୁ ସଚେତନ କରିବ ଏହି ସମୟରେ ସମସ୍ତ ପଞ୍ଚାୟତର ଲୋକପ୍ରତିନିଧି, ପ୍ରଶାସନ, ପଞ୍ଚାୟତ ଅଧିକାରୀମାନେ କାର୍ଯ୍ୟକ୍ରମ ପରିଚାଳନା କରିବେ ବୋଲି ବିଡିଓ ପାତ୍ର ସୂଚନା ଦେଇଛନ୍ତି। ଏବେ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଏହି ରଥ ବୁଲୁଥିବା ବେଳେ ଗୁରୁବାର ଦାରିଙ୍ଗବାଡ଼ି ଅଞ୍ଚଳରେ ବୁଲିବା ପାଇଁ ପ୍ରସ୍ତୁତି ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri