subhadra yojana: ସୁଭଦ୍ରା ପାଇଁ ଆଜିଠୁ ଆବେଦନ, ଏହି ଡକ୍ୟୁମେଣ୍ଟ ନ ଥିଲେ ମିଳିବନି ଟଙ୍କା…

ଭୁବନେଶ୍ୱର,୪।୯: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ସୁଭଦ୍ରା ଯୋଜନା ପାଇଁ ଆବେଦନ ପ୍ରକ୍ରିୟା । ଗତ ରବିବାର ଠାରୁ ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ସମସ୍ତଙ୍କୁ ଫର୍ମ ଯୋଗାଇ ଦିଆଯାଇଥିଲା । ଏହା ପରେ ସୋମବାର ସୁଭଦ୍ରା ପୋର୍ଟାଲ ଲଞ୍ଚ କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା।

ରାଜ୍ୟର ଅଙ୍ଗନବାଡି କେନ୍ଦ୍ର, ମୋ ସେବା କେନ୍ଦ୍ର ଇତ୍ୟାଦିରେ ଫର୍ମ ଯୋଗାଇ ଦିଆଯାଉଛି।
ସେପଟେ ଆଜିଠୁ ଆରମ୍ଭ ହେଉଛି ‘ସୁଭଦ୍ରା’ ଯୋଜନାରେ ଆବେଦନ । ଯେଉଁମାନେ ଫର୍ମ ନେଇଥିଲେ ସେମାନେ ପୂରଣ କରିସାରିବା ପରେ ଆଜି ଠାରୁ ଦାଖଲ କରିପାରିବେ ।
ମୋ’ ସେବା କିମ୍ବା ଜନସେବା କେନ୍ଦ୍ରରେ ଆବେଦନ କରାଯିବ । ୨୧ରୁ ୬୦ ବର୍ଷର ମହିଳା ଏଥିପାଇଁ ଆବେଦନ କରିପାରିବେ । ଆଉ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ଟଙ୍କା ମିଳିବ। ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ଜନସେବାକେନ୍ଦ୍ରକୁ ପର୍ଯ୍ୟାପ୍ତ ସୁଭଦ୍ରା ଫର୍ମ ଦିଆଯାଇଛି। ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ‘ମୋ ସେବା କେନ୍ଦ୍ର’ କିମ୍ବା ଜନସେବା କେନ୍ଦ୍ରରେ ଦାଖଲ କରିପାରିବେ । ଏବଂ ପୂରଣ କରି ଦାଖଲ କରିବା ସମ୍ପୂର୍ଣ୍ଣ ମାଗଣା ରହିଛି । ଅର୍ଥାତ କାହାରିକୁ ଟଙ୍କାଟିଏ ବି ଦେବାକୁ ପଡିବ ନାହିଁ ।

କେବଳ ଯୋଗ୍ୟ ହିତାଧିକାରୀ ହିଁ ଏହି ଯୋଜନାର ଲାଭ ପାଇପାରିବେ । ପୂର୍ବରୁ ଏଥିପାଇଁ ସ୍ବତନ୍ତ୍ର ଗାଇଡଲାଇନ ଜାରି କରି ସାରିଛନ୍ତି ରାଜ୍ୟ ସରକାର । ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ଇ-କେୱାଇସି (E-KYC) ବାଧ୍ୟତାମୂଳକ ହୋଇଥିବାରୁ ଆଧାର କାର୍ଡ ସହ ମୋବାଇଲ ଫୋନ ଲିଙ୍କ ରହିଥିବା ଆବଶ୍ୟକ । ନଚେତ ସୁଭଦ୍ରା ଯୋଜନାରୁ ଯୋଗ୍ୟ ହିତାଧିକାରୀ ବି ବଞ୍ଚିତ ହେବେ । ତେଣୁ ଅନେକ ଜନ ସେବା କେନ୍ଦ୍ରରେ ଏବେ E-KYC କରିବା ପାଇଁ ବି ଲମ୍ବା ଲାଇନ ଲାଗୁଥିବା ଦେଖିବାକୁ ମିଳୁଛି ।

ସୁଭଦ୍ରା ଯୋଜନାରେ ଆବେଦନ କରିବା ପାଇଁ ସଂପୂର୍ଣ୍ଣ ଦେୟମୁକ୍ତ ରହିଛି ଫର୍ମପୂରଣ ଓ ପଞ୍ଜୀକରଣ । ମହିଳାମାନେ ଉଭୟ ଇଂରାଜୀ ଓ ଓଡିଆରେ ଫର୍ମ ପୂରଣ କରିବାର ସୁବିଧା ରହିଛି । ଫର୍ମ ପୂରଣ କରିବା ଅତ୍ୟନ୍ତ ସହଜ ହୋଇଥିବା ବେଳେ ଆପଣଙ୍କୁ ସବୁ ସହାୟତା ଯୋଗାଇବା ପାଇଁ ସରକାରୀ କର୍ମଚାରୀ ଉପସ୍ଥିତ ଅଛନ୍ତି ।

ରାଜ୍ୟର ସମସ୍ତ ଜିଲାରେ ଥିବା ଅଙ୍ଗନବାଡି କେନ୍ଦ୍ରରେ ଫର୍ମ ମିଳୁଛ। କର୍ମୀମାନେ ଘରକୁ ଘର ଯାଇ ସୁଭଦ୍ରା ଫର୍ମ ବାଣ୍ଟିବା ସହ କେମିତି ଫର୍ମ ପୂରଣ କରିବେ, କେଉଁଠି ଫର୍ମ ଦାଖଲ କରିବେ, କଣ କଣ ଡକ୍ୟୁମେଣ୍ଟ ଆବଶ୍ୟକ ସେନେଇ ମହିଳାଙ୍କୁ ବୁଝାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri