Subhadra Yojana: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଏକକାଳୀନ ମିଳିବ ୩ଟି କିସ୍ତି ଟଙ୍କା!

ଭୁବନେଶ୍ୱର,୨।୩: ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କରିଛନ୍ତି ବଡ଼ ଘୋଷଣା। ଚଳିତ ବର୍ଷ ଏକା ସାଥିରେ ମିଳିବ ସୁଭଦ୍ରା ଟଙ୍କା।

ପ୍ରଭାତୀ କହିଛନ୍ତି, ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ମାର୍ଚ୍ଚ ୬ରେ ମିଳିବ। ଏହି ପର୍ଯ୍ୟାୟରେ ରାଜ୍ୟର ପ୍ରାୟ ୧.୭ଲକ୍ଷ ମହିଳା ପ୍ରଥମ କିସ୍ତି ପାଇବେ। ସେହିପରି ମାର୍ଚ୍ଚ ୮ ଅର୍ନ୍ତଜାତୀୟ ମହିଳା ଦିବସ ଅବସରରେ ପ୍ରାୟ ୧ କୋଟି ମହିଳାଙ୍କୁ ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନ କରାଯିବ। ହିତାଧିକାରୀ ମହିଳାଙ୍କ ଖାତାକୁ ଉଭୟ କିସ୍ତି ବାବଦକୁ ୫ହଜାର ଟଙ୍କା ଲେଖାଏ ଯିବ। ପୂର୍ବରୁ ୪ଟି ପର୍ଯ୍ୟାୟରେ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ପ୍ରଥମ କିସ୍ତି ଟଙ୍କା ଯାଇଥିବାବେଳେ ପ୍ରାୟ ୨ଲକ୍ଷ ମହିଳା ବାଦ ପଡ଼ିଥିଲେ। ତେଣୁ ବାଦ ପଡ଼ିଥିବା ମହିଳାଙ୍କୁ ପଞ୍ଚମ ପର୍ଯ୍ୟାୟରେ ପ୍ରଥମ କିସ୍ତି ଦିଆଯିବ ବୋଲି କୁହାଯାଇଛି।

ରବିବାର ପ୍ରଭାତୀ ଆହୁରି କହିଛନ୍ତି ଯେ, ମାର୍ଚ୍ଚ ୩୧ ‘ସୁଭଦ୍ରା’ ଆବେଦନର ଶେଷ ତାରିଖ। ୩୧ ଭିତରେ ଯେଉଁମାନେ ଆବେଦନ କରିଥିବେ ଏକକାଳୀନ ପାଇବେ। ଯେଉଁମାନେ ପ୍ରଥମ ପର୍ଯ୍ୟାୟ ଓ ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ପାଇ ନ ଥିବେ ସେମାନେ ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ। ଏବେ ‘ସୁଭଦ୍ରା’ ମ୍ୟାଜିକ ନମ୍ବର କୋଟିଏରୁ ଊଦ୍ଧର୍‌ବ ଛୁଇଁଛି। ୮ ମାସରେ ଗୋଟିଏ ଯୋଜନା ହୋଇ କୋଟିଏ ମହିଳାଙ୍କୁ ‘ସୁଭଦ୍ରା’ ମିଳିବା ଇତିହାସ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri