ଆସିଲା ସୁଭଦ୍ରା ଟଙ୍କା: କୋଟିଏତମ ହିତାଧୀକାରୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ପୁରସ୍କାର

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଆଜି ଦ୍ବିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ଦିଆଯାଇଛି। ସଂଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା। ଏଯାବତ ଏହି ଯୋଜନାରେ ୧ କୋଟି ୬୦ ଲକ୍ଷ ସୁଭଦ୍ରା ଫର୍ମ ବଣ୍ଟନ କରାଯାଇଛି। ସେଥିରୁ ପ୍ରାୟ ୧.୫ କୋଟି ମହିଳାଙ୍କ ଫର୍ମ ରେଜିଷ୍ଟ୍ରେସନ ହୋଇଛି।

ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା ନେଇ ହିତାଧିକାରୀ ପାଖକୁ ମେସେଜ ଆସିଛି। ଆଉ ସଂଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଏହାରି ଭିତରେ କୋଟିଏତମ ହିତାଧିକାରୀଙ୍କୁ ମଞ୍ଚ ଉପରେ ସମ୍ବର୍ଦ୍ଧନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସମ୍ବର୍ଦ୍ଧନା କରିବା ସହ ମାଉସୀଙ୍କୁ ଉପହାର ପ୍ରଦାନ କରାଯାଇଛି। ଏହି ସମୟରେ ମଞ୍ଚରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ମାଉସୀ ମଞ୍ଚ ଉପରୁ ଟର୍ଚ୍ଚ ମାରିଥିଲେ, ଯାହାକୁ ଦେଖି ମୁଖ୍ୟମନ୍ତ୍ରୀ ହସିବାକୁ ଲାଗିଥିଲେ।

‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ଏନେଇ ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ। ତେବେ ଏସବୁ ଭିତରେ ସବୁଠୁ ବଡ଼ କଥା ହେଉଛି ଟଙ୍କା ଆସିଲା କି ନାହିଁ ଜଣେ ହିତାଧିକାରୀ କେମିତି ଚେକ କରିବେ ଆସନ୍ତୁ ଜାଣିବା…

ଯଦି ଆପଣ ସୁଭଦ୍ରାରେ ଅକ୍ଟୋବର ୭ ଭିତରେ ଆପ୍ଲାଏ କରିଛନ୍ତି ସେମାନଙ୍କ ଆକାଉଣ୍ଟକୁ ଆଜି ଟଙ୍କା ଆସିବ। ଯଦି ଟଙ୍କା ଆସିନାହିଁ ତେବେ ସୁଭଦ୍ରା ଯୋଜନା ଫର୍ମରେ ଥିବା ଆପ୍ଲିକେସନ ନମ୍ବର ରସିଦ ନେଇ ଜନ ସେବା କେନ୍ଦ୍ରରେ ନିଜର ଷ୍ଟାଟସ ଦେଖନ୍ତୁ । ଯାହା ଫଳରେ ଆପଣଙ୍କ ଆବେଦନ ପେଣ୍ଡିଙ୍ଗ ଅଛି କି ରିଜେକ୍ଟ ହୋଇଛି ଜଣା ପଡିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଯଦି ପ୍ରଥମ କିସ୍ତି ଯାଇ ନ ଥିବ ତେବେ ମାର୍ଚ୍ଚ ୮ରେ ସମସ୍ତଙ୍କୁ ଏକକାଳୀନ ୨ଟି କିସ୍ତି ଟଙ୍କା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri