ସୁଭଦ୍ରା ଯୋଜନା, ଶିଶୁ ପୃଷ୍ଟିକର ଖାଦ୍ୟ: ଗୀତ ମାଧ୍ୟମରେ ଆଲୋକପାତ….

କେସିଙ୍ଗା, ୨୫।୪(ତୁମେଶ୍ୱର ସାହୁ: କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ପିଏମ୍‌ଶ୍ରୀ ବିଦ୍ୟାପୀଠରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତରାଜ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ସଭାର ଆବାହକ ତଥା କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସରସ୍ବତୀ ଶିଶୁ ମନ୍ଦିରର ଛାତ୍ରୀମାନଙ୍କ ଦ୍ୱାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ଏସଡ଼ିପିଓ ସନ୍ଧିପ ମାଝୀ, ବିଶିଷ୍ଟ ଅତିଥି ଭାବେ ସ୍ଥାନୀୟ ତହସିଲଦାର ପ୍ରଶାନ୍ତି ପ୍ରଧାନ, ସମ୍ମାନିତ ଅତିଥି ଭାବେ ସିଡିପିଓ ସୁଷମା ମିଶ୍ର ଯୋଗଦେଇଥିଲେ। ଏଥିରେ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ଯୋଗଦେଇ ଜାତୀୟ ପଞ୍ଚାୟତରାଜର ମୂଳ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିବା ସହିତ ଗ୍ରାମଞ୍ଚଳରେ ପାନୀୟଜଳ, ବିଦ୍ୟୁତ୍‌, ରାସ୍ତାଘାଟ ଇତ୍ୟାଦି ଉନ୍ନୟନ ବିଷୟରେ ଆଲୋକପାତ କରିଥିଲେ। ସ୍ଥାନୀୟ ସିଡ଼ିପିଓ ସୁଷମା ମିଶ୍ର ଜାତୀୟ ପଞ୍ଚାୟତରାଜ ଦିବସରେ ସୁଭଦ୍ରା ଯୋଜନା, ରକ୍ତହୀନତା, ଶିଶୁ ପୃଷ୍ଟିକର ଖାଦ୍ୟ ଉପରେ ଗୀତ ମାଧ୍ୟମରେ ଆଲୋକପାତ କରିଥିଲେ। ମୁଖ୍ୟ ଅତିଥି ଏସଡ଼ିପିଓ ସନ୍ଧିପ ମାଝୀ ପଞ୍ଚାୟତରାଜ ଦିବସର ମୂଳ ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିଥିଲେ। ସଭା ଶେଷରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ବିଜେତା ଛାତ୍ରୀଛାତ୍ରମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବହଳପଦରରେ ଜବରଦଖଲ ଉଚ୍ଛେଦ: ଗ୍ରାମବାସୀଙ୍କ ଦାବି ହେଲା ପୂରଣ, ନିର୍ମାଣ ହେବ କୃଷି ସମବାୟ କାର୍ଯ୍ୟାଳୟ

ଅମରପାଲି, ୧୦।୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଗ୍ରାମରେ ସରକାରୀ ଜମିରୁ ବେଆଇନ ଜବରଦଖଲ ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପରେ ଜମିକୁ…

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri