Subhadra Yojana: ଯଦି ଆଜି ଖାତାକୁ ଆସିବନି ଟଙ୍କା ତେବେ କେବେ ମିଳିବ ଦ୍ବିତୀୟ କିସ୍ତି? ଆସିଲା ବଡ଼ ସୂଚନା…

ଭୁବନେଶ୍ୱର,୮।୩: ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବଣ୍ଟା ହୋଇଛି ସୁଭଦ୍ରାର ଦ୍ବିତୀୟ କିସ୍ତି । ଏକକାଳୀନ ୧ କୋଟି ୬୪ ହଜାର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯାଇଛି ଟଙ୍କା । ବ୍ରହ୍ମପୁର ଆମ୍ବପୁଆରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଯାହାକୁ ନେଇ ବେଶ ଉତ୍ସାହିତ ଅଛନ୍ତି ମହିଳା । ଆଜି ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଆସିଥିବା ବେଳେ ଅନେକଙ୍କୁ ଏହି ଟଙ୍କା ମିଳିନାହିଁ । ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ଅଛନ୍ତି । ଏହି ଟଙ୍କା କେବେ ମିଳିବ ବୋଲି ପ୍ରଶ୍ନ ଉଠୁଛି ।

Subhadra Yojana: ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ସୂଚନା ଅନୁସାରେ, ଆଜି ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାର ଶେଷ ଆବେଦନ ତାରିଖ ମାର୍ଚ୍ଚ ୩୧ ରହିଛି ।

Subhadra Yojana: ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ । ଆଜି ପରେ ଯେଉଁମାନେ ଆବେଦନ କରିଥିଲେ ସେମାନଙ୍କୁ ଆଜି ଟଙ୍କା ମିଳିବ । ପରେ ଆବେଦନ କରିଥିବା ମହିଳାମାନେ ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।

Subhadra Yojana: ସୁଭଦ୍ରା ଯୋଜନାର ଗାଇଡଲାଇନ ଅନୁସାରେ ବର୍ଷକୁ ୨ଥର ସୁଭଦ୍ରା ଟଙ୍କା ହିତାଧିକାରୀଙ୍କ ଖାତାକୁ ପ୍ରଦାନ କରାଯିବ । ରାକ୍ଷୀ ପୂର୍ଣ୍ଣିମା ଓ ଅନ୍ତର୍ଜାତୀୟ ମହିଳା ଦିବସରେ ଏହି ଟଙ୍କା କିସ୍ତି ହିସାବରେ ବ୍ୟାଙ୍କ ଆକାଉଣ୍ଟକୁ ଯିବ ।

Subhadra Yojana: ଅର୍ଥାତ ଆଜି ଟଙ୍କା ପାଇନଥିବା ମହିଳାମାନେ ରାକ୍ଷୀ ପୂର୍ଣ୍ଣିମାରେ ଟଙ୍କା ପାଇବେ । ଯଦି ଦ୍ୱିତୀୟ କିସ୍ତିରେ ଟଙ୍କା ନ ଆସିଛି ତେବେ ସୁଭଦ୍ରାର ପ୍ରଥମ, ଦ୍ୱିତୀୟ ଓ ତୃତୀୟ କିସ୍ତି ମିଶି ରାକ୍ଷୀ ପୂର୍ଣ୍ଣିମାରେ ଏକାଥରେ ୧୫ ହଜାର ପାଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?