Subhadra Yojana: ଏବେ ଆବେଦନ କଲେ ମାର୍ଚ୍ଚ ୮ରେ ମିଳିବ କି ସୁଭଦ୍ରା ଟଙ୍କା? ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୧।୩: ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା। ବ୍ରହ୍ମପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରାର ଦ୍ବିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ। ଏଥର ସୁଭଦ୍ରା ୧ କୋଟି ମହିଳାଙ୍କ ପାଖରେ ପହଞ୍ଚିବ। ଏନେଇ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ପୂର୍ବରୁ ୯୮ ଲକ୍ଷ ମହିଳାଙ୍କୁ ସୁଭଦ୍ରାର ପ୍ରଥମ କିସ୍ତି ଟଙ୍କା ଦିଆଯାଇଛି।

Subhadra Yojana: କହିରଖୁଛୁ କି, ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିସାରିଛି। ଚତୁର୍ଥ ପର୍ଯ୍ୟାୟରେ ୧୮ ଲକ୍ଷରୁ ଉଦ୍ଧର୍‌ବ ମହିଳାଙ୍କୁ ୫ ହଜାର ଟଙ୍କା ଦେଇଛନ୍ତି ସରକାର। ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ଦିଆଯାଇଛି। ହେଲେ ଯେଉଁମାନେ ଆବେଦନ କରିନାହାଁନ୍ତି ସେମାନେ ଯଦି ଏବେ ଆବେଦନ କରିବେ ତେବେ ଟଙ୍କା ପାଇବେ କି ନାହିଁ ଏହି ପ୍ରଶ୍ନ ବର୍ତ୍ତମାନ ଅନେକଙ୍କ ମନରେ ଉଙ୍କି ମାରୁଛି।

Subhadra Yojana: ତେବେ ଆମେ ଜଣାଇ ଦେଉଛୁ ଯେ ଯେଉଁମାନେ ଏଯାବତ ଏହି ଯୋଜନାରେ ଆବେଦନ କରିନାହାଁନ୍ତି, ତେବେ ସେମାନଙ୍କ ପାଖରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମୟ ଅଛି। ସେହିପରି ଯଦି ଆଜି ଆପଣ ଆବେଦନ କରୁଛନ୍ତି, ତାହାଲେ ଏକାଥରେ ପ୍ରଥମ କିସ୍ତି ସହ ଦ୍ବିତୀୟ କିସ୍ତି ଟଙ୍କା ମିଳିବାର ସମ୍ଭାବନା ଅଛି ଅର୍ଥାତ ୧୦,୦୦୦ ଟଙ୍କା ଆକାଉଣ୍ଟକୁ ଆସିବ।

Subhadra Yojana: କେବଳ ଯୋଗ୍ୟ ହିତାଧିକାରୀ ହିଁ ଏହି ଯୋଜନାର ଲାଭ ପାଇପାରିବେ। ପୂର୍ବରୁ ଏଥିପାଇଁ ସ୍ବତନ୍ତ୍ର ଗାଇଡଲାଇନ ଜାରି କରି ସାରିଛନ୍ତି ରାଜ୍ୟ ସରକାର । ସୁଭଦ୍ରା ଯୋଜନା ପାଇଁ ଆବେଦନ ଆଜିଠାରୁ ଆରମ୍ଭ ହେଉଥିବା ବେଳେ ଅନେକ ମହିଲାଙ୍କର ଆଧାର କାର୍ଡ ସହ ମୋବାଇଲ ନମ୍ବର ସଂଯୋଗ ରହିନାହିଁ । ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ଇ-କେୱାଇସି (E-KYC) ବାଧ୍ୟତାମୂଳକ ହୋଇଥିବାରୁ ଆଧାର କାର୍ଡ ସହ ମୋବାଇଲ ଫୋନ ଲିଙ୍କ ରହିଥିବା ଆବଶ୍ୟକ। ନଚେତ ସୁଭଦ୍ରା ଯୋଜନାରୁ ଯୋଗ୍ୟ ହିତାଧିକାରୀ ବି ବଞ୍ଚିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?