subhadra yojana: ଏହିଦିନ ମିିଳିବ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବ୍ୟାଙ୍କକୁ ଯାଇ ତୁରନ୍ତ କରନ୍ତୁ ଏପରି…

ଭୁବନେଶ୍ୱର,୨ା୨: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗ୍ୟ ହିତାଧିକାରୀଙ୍କୁ ଫେବୃଆରୀ ୮ରେ ସୁଭଦ୍ରା ଟଙ୍କା ମିଳିବ। ଏହି ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ ପ୍ରଥମେ ଯାଜପୁରରେ ଆରମ୍ଭ ହେବ।

ଚଳିତମାସ ୩ ଓ ୪ ତାରିଖରେ ଆପଣ ବ୍ୟାଙ୍କକୁ ଯାଇ NPCI ଚେକ୍‌ କରିପାରିବେ। ଏଥିସହିତ ଯେଉଁ ହିତାଧିକାରୀମାନଙ୍କର ଛୋଟମୋଟ ସମସ୍ୟା ରହିଛି ସେମାନେ ତୁରନ୍ତ ବ୍ୟାଙ୍କ ଯାଇ ସମାଧାନ କରନ୍ତୁ। ୪ର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଫେବୃଆରୀରେ ଯଦି କେହି ବଞ୍ଚିତ ହୁଅନ୍ତି ତେବେ ଯାଞ୍ଚ କରିବା ପାଇଁ ମାସେ ସମୟ ଧାର୍ଯ୍ୟ କରାଯାଇଛି। ମାର୍ଚ୍ଚ ୮ ସୁଦ୍ଧା ଯାଞ୍ଚ କରି ତଥ୍ୟ ଦାଖଲ କଲେ ଉକ୍ତ ମହିଳମାନେ ମଧ୍ୟ ସୁଭଦ୍ରା ଟଙ୍କା ପାଇପାରିବେ।

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ  ଯେ, ମହିଳାମାନଙ୍କୁ ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି ଟଙ୍କା ମିଳିବ।

ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେଉଛି। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇସାରିଲାଣି। ଏଥିରୁ କେହି ବାଦ୍‌ ପଡ଼ିବେ ନାହିଁ। ସର୍ଭେ ଚାଲିଛି। ଯୋଗ୍ୟ ହିତାଧିକାରୀମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ ତାରିଖରେ, ଅକ୍ଟୋବର ୯ ଓ ନଭେମ୍ବର ୨୪ ତାରିଖରେ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri