ସୁଭଦ୍ରା ଯୋଜନାକୁ ନେଇ ମହିଳାଙ୍କ ଭିତରେ ବଢ଼ିଲା ଉତ୍ସାହ, ୧୭କୁ ଅପେକ୍ଷା

ଦାରିଙ୍ଗବାଡ଼ି,୧୪ା୯(ଅରୁଣ ସାହୁ): ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାର ଯେତିକି ତତ୍ପରତା ଦେଖାଉଛନ୍ତି ସେତିକି ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପକ୍ଷରୁ ଯୋଜନାକୁ ନେଇ ତତ୍ପରତା ବୃଦ୍ଧି ପାଉଛି। ସେହି କ୍ରମରେ ଗାଁ ତଥା ଦୁର୍ଗମ ଗାଁଗୁଡ଼ିକରେ ମଧ୍ୟ ଏହି ଯୋଜନାକୁ ନେଇ ୨୧ ବର୍ଷଠାରୁ ୬୦ ବର୍ଷ ମହିଳାଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି। ତେବେ ଏହି ଯୋଜନାରେ କିଭଳି ସମସ୍ତ ହିତାଧିକାରୀ ସଫଳତାର ସହ ନିଜ ନାମ ପଞ୍ଜୀକୃତ କରିବେ ତାକୁ ନେଇ ରାଜ୍ୟ ସରକାର ସମସ୍ତ ପ୍ରୟାସ କରୁଛନ୍ତି। ଗତ ୩ ଦିନ ହେଲା ଗାଁ ଗାଁରେ ଏହି ଯୋଜନା ସମ୍ପର୍କରେ ଜନସଚେତନ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ୨୫ ପଞ୍ଚାୟତରେ ସୁଭଦ୍ରା ରଥ ବୁଲୁଥିବା ବେଳେ ଶନିବାର ସୁଦ୍ଧା ପ୍ରାୟ ୧୫ଟି ପଞ୍ଚାୟତ ରଥ ବୁଲିସାରିଲାଣି। ଶନିବାର ପ୍ଳିହେରି ସମେତ ଗ୍ରୀନବାଡ଼ି, ଦାନେକବାଡ଼ି, ପ୍ଳିହେରି ଏବଂ ସିର୍କାବର୍ଗରେ ଏହି ରଥ ପହଞ୍ଚି ଲୋକଙ୍କୁ ସଚେତନ କରିଛି। ସବୁଠି ସୁଭଦ୍ରା ରଥକୁ ଭବ୍ୟ ସମ୍ବର୍ଦ୍ଧନା ଜଣାଉଥିବା ବେଳେ ଘଣ୍ଟ, ହୁଳହୁଳି ସହ ନଡ଼ିଆ ଭାଙ୍ଗି ସ୍ବାଗତ କରାଯାଇଛି। ଏହି ସମୟରେ ସରପଞ୍ଚ, ସମିତିସଭ୍ୟ, ଅଙ୍ଗନଓ୍ବାଡ଼ି କର୍ମୀ ଓ ଅନ୍ୟ ପଞ୍ଚାୟତ କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ସମସ୍ତ କାର୍ଯ୍ୟକୁ ବିଡିଓ ଗଦାଧର ପାତ୍ର ତଦାରଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri