ସଶକ୍ତ ଓଡ଼ିଶା ଗଠନରେ ସହାୟକ ହେବେ ସୁଭଦ୍ରା ଯୋଜନା ହିତାଧିକାରୀ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨୪।୧୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ପଡିଆଠାରେ ଆୟୋଜିତ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯୋଗ ଦେଇ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମହିଳାଙ୍କ ଆକାଉଣ୍ଟରେ ପ୍ରଦାନ କରିଛନ୍ତି। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଆସିଛି।

ସୁଭଦ୍ରା ଯୋଜନା ମାଧ୍ୟମରେ ମହିଳାମାନେ ସାମାଜିକ, ଆର୍ଥିକ ସ୍ବାବଲମ୍ବୀ ହୋଇପାରିବେ। ଏପରିକି ସଶକ୍ତ ଓଡ଼ିଶା ଗଠନରେ ମହିଳାମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଜପା ରାଜ୍ୟରେ ସରକାର ଗଠନ ପରେ ନିର୍ବାଚନୀ ପ୍ରତିଶ୍ରୁତି ମୁତାବକ ପ୍ରଥମ କ୍ୟାବିନେଟରେ ୪ଟି ଯୋଜନା ମଧ୍ୟରୁ ସୁଭଦ୍ରା ଯୋଜନାକୁ ଅନୁମୋଦିତ କରି ଏହାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିଲେ। ଏହି ତୃତୀୟ ପର୍ଯ୍ୟାୟରେ ପ୍ରଥମ କିସ୍ତିରେ ରାଜ୍ୟର୨୦ଲକ୍ଷରୁ ଉଦ୍ଧର୍‌ବ ମହିଳା ହିତାଧିକାରୀଙ୍କୁ ଏହି ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରୁ ସୁନ୍ଦରଗଡ ଜିଲାର ୯୦ହଜାରରୁ ଉଦ୍ଧର୍‌ବ ମହିଳା ହିତାଧିକାରୀ ରହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପୂର୍ବର ରାଜ୍ୟ ସରକାର ମିଶନ ଶକ୍ତିର ୭୦ଲକ୍ଷ ମହିଳାଙ୍କୁ କେବଳ ସୁଧମୁକ୍ତ ଋଣ ପ୍ରଦାନ କରୁଥିଲେ। ହେଲେ ଆମ ସରକାର ମହିଳାମାନଙ୍କୁ ଋଣମୁକ୍ତ ଆର୍ଥିକ ସହାୟତା ପ୍ରଦାନ କରୁଛି। ସୁଭଦ୍ରା ଯୋଜନା ମାଧ୍ୟମରେ ମହିଳାମାନେ ବର୍ଷକୁ ଦୁଇଟି କିସ୍ତିରେ ୫ବର୍ଷରେ ୫୦ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ ବୋଲି ସେ କହିଥିଲେ। ଆମ ସରକାର କଥାରେ ନୁହେଁ, କାମରେ ବିଶ୍ୱାସ କରୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀମାନଙ୍କୁ ଚେକ୍‌ ପ୍ରଦାନ କରିବା ସହ ସୁନ୍ଦରଗଡ଼ ଜିଲାର ୩୧୨କୋଟି ଟଙ୍କା ବ୍ୟୟ ଅଟକଳରେ ୨୮୮ଟି ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି ସମାରୋହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗଦେଇ ସୁଭଦ୍ରା ଯୋଜନା ମହିଳା ମାନଙ୍କ ସମ୍ମାନ ବୃଦ୍ଧି ସହ ଆହୁରି ସଶକ୍ତ କରିବ ବୋଲି କହିଥିଲେ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ କେନ୍ଦ୍ର ଓ ରାଜ୍ୟର ଡବଲ ଇଞିନ ସରକାର ଓଡିଶାର ବିକାଶକୁ ଆଗେଇ ନେବାକୁ ସଂକଳ୍ପ ବଦ୍ଧ ବୋଲି କହିଥିଲେ। ରାଜ୍ୟ ଗ୍ରାମ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାଏକ ଯୋଗଦେଇ ରାଜ୍ୟ ସରକାର ଆଦିବାସୀ, ଗରିବ, ମହିଳା ଓ ଯୁବଶକ୍ତିର ଉନ୍ନତି ପାଇଁ କାର୍ଯ୍ୟ କରୁଛି ବୋଲି କହିଥିଲେ।

ପ୍ରାରମ୍ଭରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା ସ୍ବାଗତ ଅଭିଭାଷଣ କରି ସୁଭଦ୍ରା ଯୋଜନାର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ସୁନ୍ଦରଗଡ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଧନ୍ୟବାଦ ଜ୍ଞାପନ କରିଥିଲେ। ଏଥିରେ ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲାପାଳ ମୁଖ୍ୟମନ୍ତ୍ରୀଙ୍କୁ ସମଲେଶ୍ବରୀଙ୍କ ଫଟୋ ଚିତ୍ର, ମାଣ୍ଡିଆ ଖାଦ୍ୟ, ସମ୍ବଲପୁରୀ ଉତ୍ତରୀୟ ସ୍ମୃତି ଫଳକ ସ୍ବରୂପ ପ୍ରଦାନ କରିଥିଲେ।

ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଚିତାକର୍ଷକ ଆଦିବାସୀ ଓ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ସଂସ୍କୃତି ଭବନରେ ଭାଜପା କର୍ମକର୍ତ୍ତାଙ୍କ ସହ ସାକ୍ଷାତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri