ସଶକ୍ତ ଓଡ଼ିଶା ଗଠନରେ ସହାୟକ ହେବେ ସୁଭଦ୍ରା ଯୋଜନା ହିତାଧିକାରୀ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨୪।୧୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ପଡିଆଠାରେ ଆୟୋଜିତ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯୋଗ ଦେଇ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମହିଳାଙ୍କ ଆକାଉଣ୍ଟରେ ପ୍ରଦାନ କରିଛନ୍ତି। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଆସିଛି।

ସୁଭଦ୍ରା ଯୋଜନା ମାଧ୍ୟମରେ ମହିଳାମାନେ ସାମାଜିକ, ଆର୍ଥିକ ସ୍ବାବଲମ୍ବୀ ହୋଇପାରିବେ। ଏପରିକି ସଶକ୍ତ ଓଡ଼ିଶା ଗଠନରେ ମହିଳାମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଜପା ରାଜ୍ୟରେ ସରକାର ଗଠନ ପରେ ନିର୍ବାଚନୀ ପ୍ରତିଶ୍ରୁତି ମୁତାବକ ପ୍ରଥମ କ୍ୟାବିନେଟରେ ୪ଟି ଯୋଜନା ମଧ୍ୟରୁ ସୁଭଦ୍ରା ଯୋଜନାକୁ ଅନୁମୋଦିତ କରି ଏହାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିଲେ। ଏହି ତୃତୀୟ ପର୍ଯ୍ୟାୟରେ ପ୍ରଥମ କିସ୍ତିରେ ରାଜ୍ୟର୨୦ଲକ୍ଷରୁ ଉଦ୍ଧର୍‌ବ ମହିଳା ହିତାଧିକାରୀଙ୍କୁ ଏହି ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରୁ ସୁନ୍ଦରଗଡ ଜିଲାର ୯୦ହଜାରରୁ ଉଦ୍ଧର୍‌ବ ମହିଳା ହିତାଧିକାରୀ ରହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପୂର୍ବର ରାଜ୍ୟ ସରକାର ମିଶନ ଶକ୍ତିର ୭୦ଲକ୍ଷ ମହିଳାଙ୍କୁ କେବଳ ସୁଧମୁକ୍ତ ଋଣ ପ୍ରଦାନ କରୁଥିଲେ। ହେଲେ ଆମ ସରକାର ମହିଳାମାନଙ୍କୁ ଋଣମୁକ୍ତ ଆର୍ଥିକ ସହାୟତା ପ୍ରଦାନ କରୁଛି। ସୁଭଦ୍ରା ଯୋଜନା ମାଧ୍ୟମରେ ମହିଳାମାନେ ବର୍ଷକୁ ଦୁଇଟି କିସ୍ତିରେ ୫ବର୍ଷରେ ୫୦ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ ବୋଲି ସେ କହିଥିଲେ। ଆମ ସରକାର କଥାରେ ନୁହେଁ, କାମରେ ବିଶ୍ୱାସ କରୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀମାନଙ୍କୁ ଚେକ୍‌ ପ୍ରଦାନ କରିବା ସହ ସୁନ୍ଦରଗଡ଼ ଜିଲାର ୩୧୨କୋଟି ଟଙ୍କା ବ୍ୟୟ ଅଟକଳରେ ୨୮୮ଟି ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି ସମାରୋହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗଦେଇ ସୁଭଦ୍ରା ଯୋଜନା ମହିଳା ମାନଙ୍କ ସମ୍ମାନ ବୃଦ୍ଧି ସହ ଆହୁରି ସଶକ୍ତ କରିବ ବୋଲି କହିଥିଲେ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ କେନ୍ଦ୍ର ଓ ରାଜ୍ୟର ଡବଲ ଇଞିନ ସରକାର ଓଡିଶାର ବିକାଶକୁ ଆଗେଇ ନେବାକୁ ସଂକଳ୍ପ ବଦ୍ଧ ବୋଲି କହିଥିଲେ। ରାଜ୍ୟ ଗ୍ରାମ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାଏକ ଯୋଗଦେଇ ରାଜ୍ୟ ସରକାର ଆଦିବାସୀ, ଗରିବ, ମହିଳା ଓ ଯୁବଶକ୍ତିର ଉନ୍ନତି ପାଇଁ କାର୍ଯ୍ୟ କରୁଛି ବୋଲି କହିଥିଲେ।

ପ୍ରାରମ୍ଭରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା ସ୍ବାଗତ ଅଭିଭାଷଣ କରି ସୁଭଦ୍ରା ଯୋଜନାର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ସୁନ୍ଦରଗଡ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଧନ୍ୟବାଦ ଜ୍ଞାପନ କରିଥିଲେ। ଏଥିରେ ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲାପାଳ ମୁଖ୍ୟମନ୍ତ୍ରୀଙ୍କୁ ସମଲେଶ୍ବରୀଙ୍କ ଫଟୋ ଚିତ୍ର, ମାଣ୍ଡିଆ ଖାଦ୍ୟ, ସମ୍ବଲପୁରୀ ଉତ୍ତରୀୟ ସ୍ମୃତି ଫଳକ ସ୍ବରୂପ ପ୍ରଦାନ କରିଥିଲେ।

ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଚିତାକର୍ଷକ ଆଦିବାସୀ ଓ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ସଂସ୍କୃତି ଭବନରେ ଭାଜପା କର୍ମକର୍ତ୍ତାଙ୍କ ସହ ସାକ୍ଷାତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri