Subhadra Yojana: ବିଜେଡି ଡରିଗଲାଣି, ଔଷଧ ବିକଳରେ ତାଟିଆ କାମୁଡୁଛି’

ଭୁବନେଶ୍ୱର,୭।୯: ‘ସୁଭଦ୍ରା’କୁ ନେଇ ବିଜେଡିର ଟିପ୍ପଣୀକୁ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଜେଡି ଔଷଧ ବିକଳରେ ତାଟିଆ କାମୁଡୁଛି। ୨୫ ବର୍ଷର ଶାସନରେ ବିଜେଡି ‘ସୁଭଦ୍ରା’ ଲାଗୁ କଲାନି । ବିଜେଡି ଏବେ ଆତଙ୍କିତ ହୋଇଗଲାଣି, ଡରିଗଲାଣି। ମହିଳା ଭୋଟକୁ ଅକ୍ତିଆରରେ ରଖିବା ଏବେ ଫେଲ ହେବାକୁ ଯାଉଛି ବୋଲି ଜୁଏଲ ଓରାମ କହିଛନ୍ତି।

ଅନ୍ୟପକ୍ଷେ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନା ସମ୍ପର୍କରେ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଏବଂ ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସୁଭଦ୍ରା ସଚେତନତା ରଥ ଆସନ୍ତା ୧୬ ତାରିଖ ଯାଏ ବୁଲି ସଚେତନତା ସୃଷ୍ଟି କରିବ। ରାଜ୍ୟବାପୀ ଗାଁଠୁ ସହର ପର୍ଯ୍ୟନ୍ତ ଏହି ସଚେତନତା ରଥ ବୁଲିବ। ବର୍ଷକୁ ୨ଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ମିଳିବ। ଏହା ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରତ୍ୟେକ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri