ସୁଭଦ୍ରାର ପ୍ରଥମ ବର୍ଷ ପୂର୍ତ୍ତି: କେକ୍‌ କାଟି ସେଲିବ୍ରେଟ୍‌ କଲେ ହିତାଧିକାରୀ

କେସିଙ୍ଗା,୧୭।୯(ତୁମେଶ୍ବର ସାହୁ): ସୁଭଦ୍ରା ଯୋଜନାର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ହିତାଧିକାରୀମାନେ କେସିଙ୍ଗା ସହର ସ୍ଥିତ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପର ସଭା ଗୃହରେ ବୁଧବାର କେକ୍‌ କାଟି ସେଲିବ୍ରେଟ୍‌ କରିଛନ୍ତି। ଏଥିରେ ସିଡିପିଓ ସୁଷମା ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିବସ ଉପଲକ୍ଷେ କେକ କାଟି ଥିଲେ। ମହିଳା ଓ ଯୁବତୀ ହିତାଧିକାରୀ ମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ସମଗ୍ର କେସିଙ୍ଗା ବ୍ଲକରେ ସୁଭଦ୍ରା ଯୋଜନା ପାଇଁ ୩୦ ହଜାର ୭୧୭ ଜଣ ହିତାଧିକାରୀ ଆବେଦନ କରିଥିଲେ। ସେଥି ମଧ୍ୟରୁ ପ୍ରଥମ କିସ୍ତିରେ ୨୮ ହଜାର ୯୦୬ ଜଣ ୫ହଜାର ଲେଖାଏ ପାଇଥିଲେ। ଦ୍ୱିତୀୟ କିସ୍ତିରେ ୨୮ ହଜାର ୬୪୯ ଜଣ ହିତାଧିକାରୀ ୫ ହଜାର ଲେଖାଏ ପାଇଥିଲେ। ତୃତୀୟ କିସ୍ତିରେ ବ୍ଲକ ର ୨୭ ହଜାର ୨୯୩ ଜଣ ହିତାଧିକାରୀ ୫ ହଜାର ପାଇ କିଭଳି ସ୍ବାବଲମ୍ବୀ ହୋଇଛନ୍ତି ସେ ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥିରେ ବ୍ଲକର ୩୫ ଜଣ ମହିଳା, ଯୁବତୀ ହିତାଧିକାରୀ ଅଂଶଗ୍ରହଣ କରିଥିଲେ। ଏଥିରେ ସୁଭଦ୍ରା ଯୋଜନା ର କୋର୍ଡିନେଟର ତ୍ରିଲୋଚନ ନାଏକ,ମୁଖ୍ୟ ରଣାଙ୍କ ସମେତ ସମସ୍ତ ସୁପରଭାଇଜର ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri