ସୁଭଦ୍ରାର ପ୍ରଥମ ବର୍ଷ ପୂର୍ତ୍ତି: କେକ୍‌ କାଟି ସେଲିବ୍ରେଟ୍‌ କଲେ ହିତାଧିକାରୀ

କେସିଙ୍ଗା,୧୭।୯(ତୁମେଶ୍ବର ସାହୁ): ସୁଭଦ୍ରା ଯୋଜନାର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ହିତାଧିକାରୀମାନେ କେସିଙ୍ଗା ସହର ସ୍ଥିତ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପର ସଭା ଗୃହରେ ବୁଧବାର କେକ୍‌ କାଟି ସେଲିବ୍ରେଟ୍‌ କରିଛନ୍ତି। ଏଥିରେ ସିଡିପିଓ ସୁଷମା ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିବସ ଉପଲକ୍ଷେ କେକ କାଟି ଥିଲେ। ମହିଳା ଓ ଯୁବତୀ ହିତାଧିକାରୀ ମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ସମଗ୍ର କେସିଙ୍ଗା ବ୍ଲକରେ ସୁଭଦ୍ରା ଯୋଜନା ପାଇଁ ୩୦ ହଜାର ୭୧୭ ଜଣ ହିତାଧିକାରୀ ଆବେଦନ କରିଥିଲେ। ସେଥି ମଧ୍ୟରୁ ପ୍ରଥମ କିସ୍ତିରେ ୨୮ ହଜାର ୯୦୬ ଜଣ ୫ହଜାର ଲେଖାଏ ପାଇଥିଲେ। ଦ୍ୱିତୀୟ କିସ୍ତିରେ ୨୮ ହଜାର ୬୪୯ ଜଣ ହିତାଧିକାରୀ ୫ ହଜାର ଲେଖାଏ ପାଇଥିଲେ। ତୃତୀୟ କିସ୍ତିରେ ବ୍ଲକ ର ୨୭ ହଜାର ୨୯୩ ଜଣ ହିତାଧିକାରୀ ୫ ହଜାର ପାଇ କିଭଳି ସ୍ବାବଲମ୍ବୀ ହୋଇଛନ୍ତି ସେ ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥିରେ ବ୍ଲକର ୩୫ ଜଣ ମହିଳା, ଯୁବତୀ ହିତାଧିକାରୀ ଅଂଶଗ୍ରହଣ କରିଥିଲେ। ଏଥିରେ ସୁଭଦ୍ରା ଯୋଜନା ର କୋର୍ଡିନେଟର ତ୍ରିଲୋଚନ ନାଏକ,ମୁଖ୍ୟ ରଣାଙ୍କ ସମେତ ସମସ୍ତ ସୁପରଭାଇଜର ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri