ସୁଭଦ୍ରା’କୁ ଏକ ବର୍ଷ ପୂର୍ତ୍ତି: ଓଡ଼ିଶା ପାଳିବ “ଧନ୍ୟବାଦ ମୋଦି” ଉତ୍ସବ, ସଫଳତା କାହାଣୀ କହିବେ ହିତାଧିକାରୀ

ଭୁବନେଶ୍ୱର,୧୫।୯: ଆସନ୍ତା ୧୭ ତାରିଖରେ ସୁଭଦ୍ରା ଯୋଜନା ସଫଳ ଭାବରେ ଏକ ବର୍ଷ ପୂରଣ କରିବାକୁ ଯାଉଛି । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମଗ୍ର ଓଡ଼ିଶାରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇବା ନିମନ୍ତେ ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ୩୩୮ଟି ସିଡିପିଓ ୟୁନିଟରେ “ଧନ୍ୟବାଦ ମୋଦି” କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡା ମତ ପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ହିତାଧିକାରୀମାନେ ସୁଭଦ୍ରା ଯାତ୍ରା ଓ ସଫଳତା କାହାଣୀ ମାଧ୍ୟମରେ ସୁଭଦ୍ରା ସେମାନଙ୍କ ଜୀବନରେ କିପରି ସକାରାତ୍ମକ ପରିବର୍ତ୍ତନ ଆଣିଛି ତାହା ଉପସ୍ଥାପନା କରିବେ।

ଅଙ୍ଗନବାଡି କେନ୍ଦ୍ର ସ୍ତରରେ ୧୭ ସେପ୍ଟେମ୍ବର ୨୦୨୫ ଠାରୁ ପୋଷଣ ମାସ ଆରମ୍ଭ ହେବା ସହ ସୁଭଦ୍ରା ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ସମ୍ମିଳିତ ଭାବେ ପାଳନ କରାଯିବ। ଏଥିରେ ହିତାଧିକାରୀମାନେ ସୁଭଦ୍ରା ଯାତ୍ରାର ନିଜର ଅନୁଭବ ବାଣ୍ଟିବା ସହ ସୁଭଦ୍ରାର ଲାଭ ଆଲୋଚନା କରିବେ ଓ ପୋଷଣ ସଚେତନତା କାର୍ଯ୍ୟକ୍ରମରେ ଯୋଗ ଦେବେ।

ଏଥିସହିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆୟୋଜିତ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମରେ ସୁଭଦ୍ରା ଷ୍ଟଲ ମାଧ୍ୟମରେ ସୁଭଦ୍ରା ହେଲ୍ପ ଡେସ୍କ କର୍ମୀମାନେ ସୁଭଦ୍ରା ସମ୍ପର୍କରେ ସମସ୍ତ ତଥ୍ୟ ପ୍ରଦାନ କରିବା ସହ ସଚେତନତା ସୃଷ୍ଟି କରିବା ପାଇଁ ସୁଭଦ୍ରା ସମ୍ପର୍କୀୟ ପ୍ରଚାର ପତ୍ର ବଣ୍ଟନ କରିବେ।

ସୁଭଦ୍ରାର ଉଲ୍ଲେଖନୀୟ ପ୍ରଭାବକୁ ସାମ୍ନାକୁ ଆଣି ସମଗ୍ର ରାଜ୍ୟରେ ସୁଭଦ୍ରା ସମ୍ପର୍କରେ ଅଧିକ ଜନ ସଚେତନତା ଓ ସହାଭାଗିତାକୁ ପ୍ରୋତ୍ସାହନ ଦେବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri