ସୁଭଦ୍ରା’କୁ ଏକ ବର୍ଷ ପୂର୍ତ୍ତି: ଓଡ଼ିଶା ପାଳିବ “ଧନ୍ୟବାଦ ମୋଦି” ଉତ୍ସବ, ସଫଳତା କାହାଣୀ କହିବେ ହିତାଧିକାରୀ

ଭୁବନେଶ୍ୱର,୧୫।୯: ଆସନ୍ତା ୧୭ ତାରିଖରେ ସୁଭଦ୍ରା ଯୋଜନା ସଫଳ ଭାବରେ ଏକ ବର୍ଷ ପୂରଣ କରିବାକୁ ଯାଉଛି । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମଗ୍ର ଓଡ଼ିଶାରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇବା ନିମନ୍ତେ ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ୩୩୮ଟି ସିଡିପିଓ ୟୁନିଟରେ “ଧନ୍ୟବାଦ ମୋଦି” କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡା ମତ ପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ହିତାଧିକାରୀମାନେ ସୁଭଦ୍ରା ଯାତ୍ରା ଓ ସଫଳତା କାହାଣୀ ମାଧ୍ୟମରେ ସୁଭଦ୍ରା ସେମାନଙ୍କ ଜୀବନରେ କିପରି ସକାରାତ୍ମକ ପରିବର୍ତ୍ତନ ଆଣିଛି ତାହା ଉପସ୍ଥାପନା କରିବେ।

ଅଙ୍ଗନବାଡି କେନ୍ଦ୍ର ସ୍ତରରେ ୧୭ ସେପ୍ଟେମ୍ବର ୨୦୨୫ ଠାରୁ ପୋଷଣ ମାସ ଆରମ୍ଭ ହେବା ସହ ସୁଭଦ୍ରା ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ସମ୍ମିଳିତ ଭାବେ ପାଳନ କରାଯିବ। ଏଥିରେ ହିତାଧିକାରୀମାନେ ସୁଭଦ୍ରା ଯାତ୍ରାର ନିଜର ଅନୁଭବ ବାଣ୍ଟିବା ସହ ସୁଭଦ୍ରାର ଲାଭ ଆଲୋଚନା କରିବେ ଓ ପୋଷଣ ସଚେତନତା କାର୍ଯ୍ୟକ୍ରମରେ ଯୋଗ ଦେବେ।

ଏଥିସହିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆୟୋଜିତ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମରେ ସୁଭଦ୍ରା ଷ୍ଟଲ ମାଧ୍ୟମରେ ସୁଭଦ୍ରା ହେଲ୍ପ ଡେସ୍କ କର୍ମୀମାନେ ସୁଭଦ୍ରା ସମ୍ପର୍କରେ ସମସ୍ତ ତଥ୍ୟ ପ୍ରଦାନ କରିବା ସହ ସଚେତନତା ସୃଷ୍ଟି କରିବା ପାଇଁ ସୁଭଦ୍ରା ସମ୍ପର୍କୀୟ ପ୍ରଚାର ପତ୍ର ବଣ୍ଟନ କରିବେ।

ସୁଭଦ୍ରାର ଉଲ୍ଲେଖନୀୟ ପ୍ରଭାବକୁ ସାମ୍ନାକୁ ଆଣି ସମଗ୍ର ରାଜ୍ୟରେ ସୁଭଦ୍ରା ସମ୍ପର୍କରେ ଅଧିକ ଜନ ସଚେତନତା ଓ ସହାଭାଗିତାକୁ ପ୍ରୋତ୍ସାହନ ଦେବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri