ପହଣ୍ଡିରେ ଆସୁଛନ୍ତି ଭଉଣୀ ସୁଭଦ୍ରା

ପୁରୀ,୫ା୭: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଆସି ରଥାରୂଢ଼ ହୋଇଛନ୍ତି। ଏହା ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ ହୋଇଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି। ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ହୋଇ ପହଣ୍ଡି ଆରମ୍ଭ ହୋଇଛି। ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଛି ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri