ପହଣ୍ଡିରେ ଆସୁଛନ୍ତି ଭଉଣୀ ସୁଭଦ୍ରା

ପୁରୀ,୫ା୭: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଆସି ରଥାରୂଢ଼ ହୋଇଛନ୍ତି। ଏହା ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ ହୋଇଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି। ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ହୋଇ ପହଣ୍ଡି ଆରମ୍ଭ ହୋଇଛି। ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଛି ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?