ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର ତଥା ହିଣ୍ଡଳପଲ୍ଲୀଗ୍ରାମର ଟୁନା ବାଡ଼ତ୍ୟା ଓ ଲିଲି ବାଡ଼ତ୍ୟାଙ୍କ ପୁଅ ଶୁଭମ ବିଜ୍ଞାନରେ ୯୬ ପ୍ରତିଶତ ନମ୍ବର ରଖିଛନ୍ତି। ସେ ଜଣେ କୃଷକ ପରିବାରର। ପାଠପଢ଼ା ସହ ସେ ବାପାଙ୍କୁ ଚାଷକାର୍ଯ୍ୟରେ ସହଯୋଗ କରୁଛନ୍ତି। ଭବିଷ୍ୟତରେ ଜଣେ ଭଲ ଇଞ୍ଜିନିୟର ହୋଇ ଲୋକଙ୍କ ସେବା କରିବାର ଲକ୍ଷ୍ୟ ରଖିଥିବା ଶୁଭମ୍‌ ତାଙ୍କ ପ୍ରତିକ୍ରିୟାରେ କହିଥିବା ବେଳେ ସେହିପରି ପୁରୁଷୋତ୍ତପୁର ପୋଷ୍ଚ ଅଫିସ ସାହିର ଭୀମସେନ ମହାନ୍ତି ଓ ସୁଦେଷ୍ଣା ମହାନ୍ତିଙ୍କ ପୁଅ କାର୍ତ୍ତିକେୟ ବିଜ୍ଞାନ ପରୀକ୍ଷାରେ ୯୪ ପ୍ରତିଶତ ମାର୍କ ରଖିଛନ୍ତି। ସେ ମଧ୍ୟ ତାଙ୍କ ପ୍ରତିକ୍ରିୟାରେ ଜଣେ ଭଲ ଇଞ୍ଜିନିୟର ହେବାର ଲକ୍ଷ୍ୟ ରଖିଥିବା କହିଛନ୍ତି। ପରୀକ୍ଷାଫଳକୁ ନେଇ ଦୁହେଁ ସନ୍ତୁଷ୍ଟ ପ୍ରକାଶ କରି କହିଛନ୍ତି ଯେ, ପରିଶ୍ରମର ଫଳ ମିଳିଛି। ଏହି ସଫଳତା ମା, ବାପା, ଅଧ୍ୟାପିକା, ଅଧ୍ୟାପକ ଏବଂ ଗୁରୁଜନଙ୍କ ଭଲପାଇବା ପାଇଁ ସମ୍ଭବ ହୋଇପାରିଛି। ଏଥିପାଇଁ ସେମାନଙ୍କୁ ଧନ୍ୟବାଦ ଜଣାଉଛୁ ବୋଲି କହିଛନ୍ତି। ଏଭଳି ସଫଳତାକୁ ନେଇ ଦୁହିଁଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ…

ବଡ଼ ଖବର: ସନ୍ନ୍ୟାସ ନେଇଗଲେ ଧୋନୀ! ଆଇପିଏଲ ଅଧାରୁ ସିଏସକେ ଛାଡ଼ି ପଳାଇବା ପରେ…

ନୂଆଦିଲ୍ଲୀ,୨୧।୫: ଚେନ୍ନାଇ ସୁପର କିଙ୍ଗ୍ସ ଆଜି (୨୧ ମେ) ଦିନ ଆଇପିଏଲ ୨୦୨୬ର ଶେଷ ଲିଗ ପର୍ଯ୍ୟାୟ ମ୍ୟାଚ ଗୁଜୁରାଟ ଟାଇଟନ୍ସ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି।…

Melody Toffee ପରେ ମେଲୋନିଙ୍କୁ ଆଉ ଏକ ବିଶେଷ ଉପହାର ଦେଲେ ମୋଦି

ରୋମ,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ଦେଶ ଗସ୍ତ କରି ଫେରିଛନ୍ତି। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ସେ ଯେଉଁ ଦେଶ ଗସ୍ତ କରିଥିଲେ ସେହି…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ…

୩୨ ବର୍ଷରେ ବି ଭର୍ଜିନ’ ଅଛନ୍ତି ସନା ମକବୁଲ! ବ୍ରେକଅପ ପରେ ଫ୍ୟୁଚର ପାର୍ଟନରକୁ ନେଇ ଏମିତି କହିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସନା ମକବୁଲ ବର୍ତ୍ତମାନ ଏକ ସାକ୍ଷାତକାର ପାଇଁ ଖବରରେ ଅଛନ୍ତି। ବିଗ ବସ ଓଟିଟି ୩ ଜିତିବା ପରେ, ସନା ଲଗାତାର ଭାବରେ ଶିରୋନାମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri