ନିର୍ବାଚନ ରଣାଙ୍ଗନରେ ୭୭ ବର୍ଷୀୟ ସୁବାସ

ଆରଡ଼ି, ୩୧।୧ (ଡି.ଏନ.ଏ.) ଅର୍ଥ ନୁହେଁ ପ୍ରାର୍ଥୀଙ୍କୁ ଦେଖନ୍ତୁ, ବକ୍ତବ୍ୟ ନୁହେଁ ବ୍ୟକ୍ତିଙ୍କୁ ଦେଖନ୍ତୁ, ଚିତ୍ର ନୁହେଁ ଚରିତ୍ର ଦେଖନ୍ତୁ। ଏଭଳି ଲେଖାଥିବା ପୁସିଂ କାର୍ଡ ଧରି ଘରକୁ ଘର ବୁଲୁଛନ୍ତି ସରପଞ୍ଚ ପ୍ରାର୍ଥୀ ୭୭ ବର୍ଷୀୟ ସୁବାସ ଚନ୍ଦ୍ର ନାୟକ। କେବଳ ସେତିକି ନୁହେଁ ପୋଷ୍ଟରରେ ନିଜ ଫଟୋ ସହ ତାଙ୍କ ଗଡ୍‌ଫାଦର ବିଜୁ ପଟ୍ଟନାୟକଙ୍କ ଫଟୋ ମଧ୍ୟ ରଖିଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତରେ ସେ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ସେବା କରିବାର ଅଭିପ୍‌ସା ରଖି ସେ ଭୋଟରଙ୍କୁ ଭେଟୁଛନ୍ତି।
ଏକଦା ଜନତା ଦଳରେ ସେ ଜଣେ ଟାଣୁଆ ନେତା ଭାବେ ସ୍ଥାନୀୟ ଅଞ୍ଚଳରେ ପରିଚିତ ଥିଲେ। ବିଜୁ ପଟ୍ଟନାୟକ ତାଙ୍କ ପ୍ରତିଭାକୁ ଚିହ୍ନିଥିବା ସେ କହନ୍ତି। ବିଜୁବାବୁ ଗଲା ପରେ ନିଜେ କୟଁାଗୋଲାଠାରେ ବୈତରଣୀ ନଦୀପଠାରେ ତାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି। ଏପରିକି ନିଜ ସାନପୁଅଙ୍କ ନଁା ବିଜୁ ପଟ୍ଟ ରଖିଛନ୍ତି। ଏବେ ତାଙ୍କୁ ଦଳ ପକ୍ଷରୁ ଅଣଦେଖା କରାଯାଇଥିବା ସେ କହିଛନ୍ତି। ଏବେ ବିଜେଡିର ଯେଉଁମାନେ ଉକ୍ତ ପଞ୍ଚାୟତରେ ନେତୃତ୍ୱ ନେଉଛନ୍ତି, ସେମାନେ ଦୁର୍ନୀତିରେ ବୁଡ଼ି ରହିଛନ୍ତି। ଯାହାଙ୍କର ୩ ମହଲା କୋଠା ଅଛି ତାଙ୍କୁ ଆବାସ ଯୋଜନାରେ ସାମିଲ କରାଯାଉଛି। ଯେଉଁମାନଙ୍କର ଚଳିବାର ସାମର୍ଥ୍ୟ ରହିଛି, ସେମାନଙ୍କୁ ରାଶନ କାର୍ଡ ଦିଆଯାଉଥିବା ସେ ଅଭିଯୋଗ କରିଛନ୍ତି। ନିର୍ବାଚନରେ ଜିତିଲେ ସାଧାରଣ ଲୋକଙ୍କ ସେବା କରିବାର ସଂକଳ୍ପ ନେଇଥିବା ସୁବାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri