ସୁବାସ ରାମଚନ୍ଦ୍ର ଦୋଷୀ ସାବ୍ୟସ୍ତ

ପୁରୀ ଅଫିସ,୧୭।୧୦: ୫ବର୍ଷରେ ଶୁକ୍ରବାର ବହୁ ଚର୍ଚ୍ଚିତ ପୁରୀ ଟ୍ରେନ୍‌ ପୋଡ଼ି ମାମଲାର ରାୟ ପ୍ରକାଶ ପାଇଛି। ପୁରୀର ଆସିଷ୍ଟାଣ୍ଟ ସେସନ୍ସ ଜଜ୍‌ କମ୍‌ ସିଜେଏମ୍‌ ଇନ୍ଦୁ ଶର୍ମା ଏହି ମାମଲାରେ ଅଭିଯୁକ୍ତ ସୁବାସ ରାମଚନ୍ଦ୍ରଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଦଣ୍ଡ ବିଧାନ କରିଛନ୍ତି। ୪୦ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ସୁବାସଙ୍କୁ ଧାରା ୪୩୫ ପ୍ରିଭେନ୍‌ଶନ ଅଫ୍‌ ଡ୍ୟାମେଜ ଅଫ୍‌ ପବ୍ଲିକ ପ୍ରପର୍ଟି ଆକ୍ଟ, ରେଲ୍‌ୱେ ଆକ୍ଟ ୧୪୫, ୧୪୭, ୧୫୦, ୧୫୧, ୧୫୩ ଅନୁଯାୟୀ ଦୋଷୀ ସାବ୍ୟସ୍ତ କରାଯାଇଛି। ଧାରା ୪୩୫ରେ ୫ବର୍ଷ ଜେଲଦଣ୍ଡ ସହ ୫୦ହଜାର ଟଙ୍କା ଜରିମାନା ଆଦେଶ ଦିଆଯାଇଛି। ଜରିମାନା ଅନାଦାୟ ଅଧିକ ୬ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ୨୦୧୫ ନଭେମ୍ବର ୧୨ରେ ପୁରୀ ଷ୍ଟେଶନରେ ଟ୍ରେନ୍‌ ପୋଡ଼ି ଘଟିଥିଲା। ପ୍ଲାଟଫର୍ମ ନଂ. ୨, ୪ ଓ ୬ରେ ଥିବା ୩ଟି ଟ୍ରେନ (ନନ୍ଦନକାନନ ସୁପରଫାଷ୍ଟ ଏକ୍ସପ୍ରେସ, ତିରୁପତି ଏକ୍ସପ୍ରେସ୍‌ ଏବଂ ପୁରୀ-ହାୱଡା ଏକ୍ସପ୍ରେସ୍‌)ରେ ଏକକାଳୀନ ନିଅଁା ଲାଗିଥିଲା। ଏଥିରେ ପ୍ରାୟ ୧ କୋଟି ୫ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିଲା। ତତ୍କାଳୀନ ରେଲୱ ସୁପରିଣ୍ଟେଣ୍ଡେଣ୍ଟ ଖୋର୍ଦ୍ଧା ଜିଆର୍‌ପି ଥାନାରେ ଏକ ମାମଲା (ନଂ.୮୩/୧୫) ରୁଜୁ କରିଥିଲେ। ପରଦିନ ଅର୍ଥାତ୍‌ ୧୩ ତାରିଖରେ ଆରପିଏଫ୍‌ର ୨ଜଣ କନଷ୍ଟେବଳ ଷ୍ଟେଶନରେ ସନ୍ଦିଗ୍ଧ ଭାବେ ବୁଲୁଥିବା ତାମିଲନାଡୁର ସୁବାସ ରାମଚନ୍ଦ୍ରନଙ୍କୁ ଧରିଥିଲେ। ତାଙ୍କ ନିକଟରୁ ଗୋଟିଏ ଛୁରି, ବ୍ଲେଡ ଓ ଦିଆସିଲ ଜବତ ହୋଇଥିଲା। ଜିଆର୍‌ପିରେ ତଦନ୍ତ ଚାଲିଥିବାବେଳେ ନ୍ୟାଶନାଲ ଇନ୍‌ଭେଷ୍ଟିଗେଶନ ଏଜେନ୍ସି (ଏନ୍‌ଆଇଏ) ଏଥିରେ ଆତଙ୍କବାଦୀଙ୍କ ହାତ ଥିବା ସନ୍ଦେହ କରି କେସ୍‌କୁ ଗ୍ରହଣ କରିଥିଲେ। ତେବେ ଏଥିରେ ଆତଙ୍କବାଦୀ କାର୍ଯ୍ୟକଳାପର ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଥିଲା। ଏହାପରେ ପୁଣି ଏହି ମାମଲାକୁ ଜିଆର୍‌ପିକୁ ହସ୍ତାନ୍ତର କରାଯାଇଥିଲା। ଘଟଣାକୁ ୫ ବର୍ଷ ପୂରିବାକୁ ମାସେଠୁ କମ୍‌ ସମୟ ଥିବାବେଳେ ଏହାର ରାୟ ପ୍ରକାଶ ପାଇଛି। ସରକାରୀ ଓକିଲ ରାଜଶେଖର ପାଢୀ ଏହି ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri