ଶ୍ରେଷ୍ଠ ୨୦ରେ ଶୁଭଶ୍ରୀ

ଢେଙ୍କାନାଳ ଅଫିସ, ୩୧ା୧୨: ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମର ଶ୍ରେଷ୍ଠ ୨୦ ପ୍ରତିଯୋଗୀ ତଥା ବିଜେତାଙ୍କ ମଧ୍ୟରେ ରହିଛନ୍ତି ଢେଙ୍କାନାଳ ଜିଲା ବ୍ରାହ୍ମଣୀ ପବ୍ଲିକ ସ୍କୁଲ ଛାତ୍ରୀ ଶୁଭଶ୍ରୀ ପଣ୍ଡା। ସମ୍ପୃକ୍ତ ଛାତ୍ରୀଛାତ୍ର ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ପରିଦର୍ଶନ କରିବା ଲାଗି ଯୋଗ୍ୟ ବିବେଚିତ ହୋଇଛନ୍ତି। ଶୁଭଶ୍ରୀଙ୍କ ଏଭଳି କୃତିତ୍ୱ ଜିଲାର ଯୁବ ବିଜ୍ଞାନୀଙ୍କ ପାଇଁ ପ୍ରେରଣା ପାଲଟିଥିବାବେଳେ ତାଙ୍କୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।
ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମରେ ଢେଙ୍କାନାଳ ଜିଲାର ୩,୪୭୧ ପ୍ରତିଯୋଗୀ ସାମିଲ ହୋଇଥିଲେ। ଶୁଭଶ୍ରୀ ଏବଂ କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତିରାଜ ହାଇସ୍କୁଲ ଛାତ୍ରୀ ଲିମରନ୍‌ ମାଝିଙ୍କ ସମେତ ଓଡ଼ିଶାର ୬୦ ପ୍ରତିଯୋଗୀ ଫାଇନାଲ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ତେବେ ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ରେ ଆୟୋଜିତ ଶ୍ରେଷ୍ଠ ୨୦ ବିଜେତାଙ୍କ ମଧ୍ୟରେ ଶୁଭଶ୍ରୀ ସ୍ଥାନ ପକ୍କା କରିଥିଲେ। ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ କମିଶନର ଭାସ୍କରଜ୍ୟୋତି ଶର୍ମା ସମସ୍ତଙ୍କୁ ସମ୍ମାନିତ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ ସମସ୍ତଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ଅତିରିକ୍ତ ସଚିବ ତଥା ପଠାଣି ସାମନ୍ତ ପ୍ଲାନେଟାରିୟମର ନିର୍ଦ୍ଦେଶିକା ସଞ୍ଜୁଲତା ବେହେରା, ଭୁବନେଶ୍ୱର ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. କରୁଣାକର ନନ୍ଦ, ଟାଟା ଷ୍ଟିଲ୍‌ କର୍ପୋରେଟ କମ୍ୟୁନିକେଶନ ବିଭାଗ ମୁଖ୍ୟ ସର୍ବେଶ କୁମାର ପ୍ରମୁଖ ଉପସ୍ଥିତ ଥିଲେ।
ଝିଅ ଶୁଭଶ୍ରୀଙ୍କ ଏହି ସଫଳତାରେ ମା’ ଗୀତାଞ୍ଜଳି ପଣ୍ଡା, ବାପା ନାରାୟଣ ପଣ୍ଡା ବେଶ ଆନନ୍ଦିତ ଅଛନ୍ତି। ନିଜ ପ୍ରତିକ୍ରିୟାରେ ଶୁଭଶ୍ରୀ କୁହନ୍ତି, ଗ୍ରାମୀଣ ପ୍ରତିଭାକୁ ପ୍ରୋତ୍ସାହିତ କରାଇବା ଲାଗି ଆୟୋଜିତ ଏଭଳି ପ୍ରତିଯୋଗିତା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏଥିଲାଗି ଟାଟା ଷ୍ଟିଲ୍‌ କର୍ତ୍ତୃପକ୍ଷ, ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ଦଳ, ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି।
ପଠାଣି ସାମନ୍ତ ପ୍ଲାନେଟୋରିୟମ୍‌ ସହଭାଗିତାରେ ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ୨୦୦୭ରୁ ଅନୁଷ୍ଠିତ ହେଉଛି। ଚଳିତ ସଂସ୍କରଣରେ ରାଜ୍ୟର ୭୭,୫୦୦ ଛାତ୍ରୀଛାତ୍ର ଭାଗ ନେଇଥିଲେ। ଷଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ନେଇ କୁଇଜ୍‌ ପ୍ରତିଯୋଗିତା ହୋଇଥିଲା। ଏଥିସହ ୯ମ ଏବଂ ୧୦ମ ପିଲାଙ୍କ ପାଇଁ ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ରେ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ବିଜେତାମାନେ ଆସନ୍ତା ମେ’ରେ ଇସ୍ରୋ ପରିଦର୍ଶନ କରି ଜ୍ଞାନ ଆହରଣ କରିବେ ବୋଲି ଟାଟା ଷ୍ଟିଲ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri