ଶ୍ରେଷ୍ଠ ୨୦ରେ ଶୁଭଶ୍ରୀ

ଢେଙ୍କାନାଳ ଅଫିସ, ୩୧ା୧୨: ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମର ଶ୍ରେଷ୍ଠ ୨୦ ପ୍ରତିଯୋଗୀ ତଥା ବିଜେତାଙ୍କ ମଧ୍ୟରେ ରହିଛନ୍ତି ଢେଙ୍କାନାଳ ଜିଲା ବ୍ରାହ୍ମଣୀ ପବ୍ଲିକ ସ୍କୁଲ ଛାତ୍ରୀ ଶୁଭଶ୍ରୀ ପଣ୍ଡା। ସମ୍ପୃକ୍ତ ଛାତ୍ରୀଛାତ୍ର ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ପରିଦର୍ଶନ କରିବା ଲାଗି ଯୋଗ୍ୟ ବିବେଚିତ ହୋଇଛନ୍ତି। ଶୁଭଶ୍ରୀଙ୍କ ଏଭଳି କୃତିତ୍ୱ ଜିଲାର ଯୁବ ବିଜ୍ଞାନୀଙ୍କ ପାଇଁ ପ୍ରେରଣା ପାଲଟିଥିବାବେଳେ ତାଙ୍କୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।
ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମରେ ଢେଙ୍କାନାଳ ଜିଲାର ୩,୪୭୧ ପ୍ରତିଯୋଗୀ ସାମିଲ ହୋଇଥିଲେ। ଶୁଭଶ୍ରୀ ଏବଂ କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତିରାଜ ହାଇସ୍କୁଲ ଛାତ୍ରୀ ଲିମରନ୍‌ ମାଝିଙ୍କ ସମେତ ଓଡ଼ିଶାର ୬୦ ପ୍ରତିଯୋଗୀ ଫାଇନାଲ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ତେବେ ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ରେ ଆୟୋଜିତ ଶ୍ରେଷ୍ଠ ୨୦ ବିଜେତାଙ୍କ ମଧ୍ୟରେ ଶୁଭଶ୍ରୀ ସ୍ଥାନ ପକ୍କା କରିଥିଲେ। ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ କମିଶନର ଭାସ୍କରଜ୍ୟୋତି ଶର୍ମା ସମସ୍ତଙ୍କୁ ସମ୍ମାନିତ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ ସମସ୍ତଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ଅତିରିକ୍ତ ସଚିବ ତଥା ପଠାଣି ସାମନ୍ତ ପ୍ଲାନେଟାରିୟମର ନିର୍ଦ୍ଦେଶିକା ସଞ୍ଜୁଲତା ବେହେରା, ଭୁବନେଶ୍ୱର ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. କରୁଣାକର ନନ୍ଦ, ଟାଟା ଷ୍ଟିଲ୍‌ କର୍ପୋରେଟ କମ୍ୟୁନିକେଶନ ବିଭାଗ ମୁଖ୍ୟ ସର୍ବେଶ କୁମାର ପ୍ରମୁଖ ଉପସ୍ଥିତ ଥିଲେ।
ଝିଅ ଶୁଭଶ୍ରୀଙ୍କ ଏହି ସଫଳତାରେ ମା’ ଗୀତାଞ୍ଜଳି ପଣ୍ଡା, ବାପା ନାରାୟଣ ପଣ୍ଡା ବେଶ ଆନନ୍ଦିତ ଅଛନ୍ତି। ନିଜ ପ୍ରତିକ୍ରିୟାରେ ଶୁଭଶ୍ରୀ କୁହନ୍ତି, ଗ୍ରାମୀଣ ପ୍ରତିଭାକୁ ପ୍ରୋତ୍ସାହିତ କରାଇବା ଲାଗି ଆୟୋଜିତ ଏଭଳି ପ୍ରତିଯୋଗିତା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏଥିଲାଗି ଟାଟା ଷ୍ଟିଲ୍‌ କର୍ତ୍ତୃପକ୍ଷ, ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ଦଳ, ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି।
ପଠାଣି ସାମନ୍ତ ପ୍ଲାନେଟୋରିୟମ୍‌ ସହଭାଗିତାରେ ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ୨୦୦୭ରୁ ଅନୁଷ୍ଠିତ ହେଉଛି। ଚଳିତ ସଂସ୍କରଣରେ ରାଜ୍ୟର ୭୭,୫୦୦ ଛାତ୍ରୀଛାତ୍ର ଭାଗ ନେଇଥିଲେ। ଷଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ନେଇ କୁଇଜ୍‌ ପ୍ରତିଯୋଗିତା ହୋଇଥିଲା। ଏଥିସହ ୯ମ ଏବଂ ୧୦ମ ପିଲାଙ୍କ ପାଇଁ ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ରେ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ବିଜେତାମାନେ ଆସନ୍ତା ମେ’ରେ ଇସ୍ରୋ ପରିଦର୍ଶନ କରି ଜ୍ଞାନ ଆହରଣ କରିବେ ବୋଲି ଟାଟା ଷ୍ଟିଲ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri