କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା। ତଦନ୍ତ ସମୟରେ ପଡ଼ୋଶୀ ଘରକୁ ସନ୍ଧାନୀ କୁକୁର ବାରମ୍ବାର ଯାଇଥିଲା। ପୋଲିସ ପଡ଼ୋଶୀ ଘରର ବାପ, ପୁଅଙ୍କୁ ଉଠାଇଆଣି ପଚରାଉଚରା କରୁଛି। ଘଟଣାସ୍ଥଳରେ କେନ୍ଦ୍ରାପଡ଼ା ଏସ୍‌ପି ସିଦ୍ଧାର୍ଥ କଟାରିଆ ପହଞ୍ଚି ତଦନ୍ତ କରିଥିବା ବେଳେ ସାଇଣ୍ଟିଫିକ୍‌ ଟମ୍‌ ପହଞ୍ଚି ତଦନ୍ତ କରିଛି। ପରେ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ସନ୍ଧାନୀ କୁକୁର ପଡ଼ୋଶୀ ବେଣୁ ଦାସଙ୍କ ଘର, ରୋଷେଇ ଘରକୁ ଯିବା ପରେ ଘର ଦେଇ ପଛପଟେ ଥିବା କେନାଲ ନିକଟକୁ ଯାଇ ଶୋଇ ରହିଥିଲା। କୁକୁର ବାରମ୍ବାର ବେଣୁଙ୍କ ଘରକୁ ଯାଇଥିବାରୁ ଓ ପରିବାର ଲୋକେ ବେଣୁଙ୍କ ନାଁରେ ପୋଲିସ ନିକଟରେ ଗୁରୁବାର ଅଭିଯୋଗ କରିଥିବାରୁ ବେଣୁ ଓ ତାଙ୍କ ପୁଅଙ୍କୁ ଉଠାଇ ଆଣି ଅଟକ ରଖି ପଚରାଉଚରା କରୁଛି ।
ସୂଚନାଯୋଗ୍ୟ, ରାଜନଗର ଥାନା ଅନ୍ତର୍ଗତ ଚାନ୍ଦିବାଉଁଶମୂଳ ପଞ୍ଚାୟତ ବଡକୋଲ୍ଲା ଗାଁରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ୭ ବର୍ଷୀୟା ନାବାଳିକା ଶୁଭଲକ୍ଷ୍ମୀ ସେନାପତି ନିଖୋଜ ହୋଇଯାଇଥିଲେ। ତାଙ୍କ ଘର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗାଁରେ। ମାଳିପୁର ଗାଁର ମାନଗୋବିନ୍ଦ ସେନାପତିଙ୍କ ଝିଅ ତାଙ୍କ ମା’ ସହିତ ବର୍ଷେ ହେଲା ମାମୁ ଘରେ ରହୁଥିଲେ। ବଡକୋଲ୍ଲା ଗାଁରେ ଚାଲିଥିବା କୀର୍ତ୍ତନ ନିକଟରେ ଅନ୍ୟ ପିଲାଙ୍କ ସହ ଖେଳୁଥିଲେ। କିନ୍ତୁ ପରେ ନିଖୋଜ ହୋଇଯାଇଥିଲେ। ପରିବାର ଓ ଅନ୍ୟମାନେ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧାନ ପାଇ ନ ଥିଲେ। ପରେ ପୋଲିସ, ଅଗ୍ନିଶମବାହିନୀ ଖୋଜାଖୋଜି କରିଥିଲେ ମଧ୍ୟ ଶୁଭଲକ୍ଷ୍ମୀଙ୍କୁ ପାଇନଥିଲେ। ୫ ମାସ ତଳେ ପଡ଼ୋଶୀ ବେଣୁ ଦାସ ନାତିଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିଲା। ମୋ ନାତି ତମ ନାତୁଣୀ ପାଇଁ ମରିଛି, ତମ ନାତୁଣୀକୁ ୬ ମାସ ଭିତରେ ମାରିବି ବୋଲି ବେଣୁ ବାରମ୍ବାର ଧମକ ଦେଇ ଆସୁଥିବା ନେଇ ପରିବାର ଲୋକେ ଗୁରୁବାର ପୋଲିସକୁ କହିଥିଲେ। ଶୁକ୍ରବାର ପଟ୍ଟାମୁଣ୍ଡାଇ, ରାଜନଗର ଅଗ୍ନିଶମ ବାହିନୀ ଓ ଏସ୍‌ଡିପିଓ ସୁକାନ୍ତ କୁମାର ପାତ୍ର, ଆଇଆଇସି ନରେଶ କୁମାର ସାହୁ ପୋଲିସ ବାହିନୀ ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ। ହଠାତ କେନାଲରେ କଲଭର୍ଟ ତଳୁ ଶୁଭଲକ୍ଷ୍ମୀଙ୍କ ମୃତଦେହ ଭାସି ଆସିଥିଲା। ଅଗ୍ନିଶମବାହିନୀ କର୍ମଚାରୀ କେନାଲ ମଧ୍ୟକୁ ଯାଇ ମୃତଦେହ ଜବତ କରିଥିଲେ। ଶୁଭଲକ୍ଷ୍ମୀଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?