Posted inଜାତୀୟ

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ‘ନୂଆ ବସ୍‌’: ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

କୋଲକାତା,୯।୫: କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ କେ.ଏନ୍‌ ରବି ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଶାହା, ଏନ୍‌ଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ବହୁ ବରିଷ୍ଠ ଭାଜପା ନେତା ଉପସ୍ଥିତ ଅଛନ୍ତି।   ଶୁଭେନ୍ଦୁଙ୍କ କ୍ୟାବିନେଟ୍‌ରେ ଜଣେ ମହିଳାଙ୍କ ସମେତ ୨ ଜଣ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ ହୋଇପାରନ୍ତି ବୋଲି ସୂତ୍ରରୁ ଜଣାପଡ଼ିଛି।

ପ୍ରଧାନମନ୍ତ୍ରୀ ମୋଦି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ପହଞ୍ଚିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ ମଞ୍ଚ ଉପରେ ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାପରେ ଶପଥ ଗ୍ରହଣ ଉତ୍ସବରେ ମଞ୍ଚ ଉପରେ ଭାଜପାର ସବୁଠାରୁ ବୟସ୍କ ଦଳୀୟ କର୍ମୀ ୯୮ ବର୍ଷୀୟ ମାଖନଲାଲ ସରକାରଙ୍କୁ ସମ୍ମାନିତ କରିଥିଲେ। ସେ କର୍ମୀଙ୍କ ପାଦ ଛୁଇଁ ତାଙ୍କୁ ଆଲିଙ୍ଗନ କରିଥିଲେ।

ସୂଚନାଯୋଗ୍ୟ, ଭାଜପା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାମ ପ୍ରସ୍ତାବ ଦିଆଯିବା ପରେ ନବନିର୍ବାଚିତ ଭାଜପା ବିଧାୟକ ଏବଂ ବରିଷ୍ଠ ଦଳୀୟ ନେତାମାନେ ସର୍ବସମ୍ମତ ସମର୍ଥନ ଜଣାଇଥିଲେ। ଶୁଭେନ୍ଦୁ ବିଧାୟକ ଦଳ ନେତା ନିର୍ବାଚିତ ହେଲେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଘୋଷଣା କରିଥିଲେ। ଏହି ଅବସରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହପର୍ଯ୍ୟବେକ୍ଷକ ଭାବେ ଉପସ୍ଥିତ ଥିଲେ। ତେବେ ମୋଟ ୮ଟି ପ୍ରସ୍ତାବ ଆସିଥିବାବେଳେ ସବୁଥିରେ ଗୋଟିଏ ନାମ ଥିଲା। ଦ୍ୱିତୀୟ ନାମ ପାଇଁ ପର୍ଯ୍ୟାପ୍ତ ସମୟ ଦିଆଯିବା ସତ୍ତ୍ୱେ ଅନ୍ୟ କୌଣସି ନାମ ପ୍ରସ୍ତାବ ଆସି ନ ଥିଲା। ତେଣୁ ଶୁଭେନ୍ଦୁଙ୍କୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଘୋଷଣା କରାଗଲା ବୋଲି ବୈଠକ ଶେଷରେ ଶାହା କହିଥିଲେ। ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ରାଜ୍ୟରେ ତୃଣମୂଳ କଂଗ୍ରେସର ୧୫ ବର୍ଷ ଶାସନର ଅନ୍ତ ହୋଇଛି।

ଏକଦା ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଥିବା ଶୁଭେନ୍ଦୁ ୨୦୨୦ ଡିସେମ୍ବରରେ ଭାଜପାରେ ଯୋଗଦେଇଥିଲେ। ପଶ୍ଚିମବଙ୍ଗରେ ଭାଜପା ପ୍ରଚାରର ସେ କେନ୍ଦ୍ରୀୟ ଚେହେରା ଥିଲେ ଏବଂ ସାରା ରାଜ୍ୟରେ ଦଳୀୟ ସଂଗଠନକୁ ସମ୍ପ୍ରସାରଣ କରିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ୨୦୨୧ ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରେ ମମତାଙ୍କୁ ପରାଜିତ କରିବା ପରେ ଶୁଭେନ୍ଦୁଙ୍କ ରାଜନୈତିକ ପ୍ରତିଷ୍ଠା ଦ୍ରୁତଗତିରେ ବଢ଼ିଥିଲା। ନିକଟରେ ଶେଷ ହୋଇଥିତ୍ବା ନିର୍ବାଚନରେ ସେ ଭବାନୀପୁର ଆସନରେ ମମତାଙ୍କୁ ୧୫,୦୦୦ରୁ ଊର୍ଦ୍ଧ୍ୱ ଭୋଟ ବ୍ୟବଧାନରେ ପରାଜିତ କରିଛନ୍ତି। ଏଥିସହିତ ସେ ନନ୍ଦିଗ୍ରାମ ଆସନରେ ମଧ୍ୟ ବିଜୟୀ ହୋଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?