Posted inଖେଳ

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଭାରତ ୫ ୱିକେଟ୍ ହରାଇ ୩୦୦ ରନ୍ ସଂଗ୍ରହ କରିଛି । ପ୍ରଥମ ଦିନରେ ଗିଲଙ୍କ ବ୍ୟାଟରୁ ୫୦ ରନର ଇନିଂସ ଦେଖିବାକୁ ମିଳିଥିଲା। ଏହି ଅର୍ଦ୍ଧଶତକ ସହ ଗିଲ୍ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ୍ (WTC) ଇତିହାସରେ ଏକ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି।

ଶୁଭମନ ଗିଲ୍ WTC ୨୦୨୫-୨୭ ସଂସ୍କରଣରେ ୧୦୦୦ ରନ୍ ପୂରଣ କରିଥିବା ପ୍ରଥମ ଭାରତୀୟ ଅଧିନାୟକ ହୋଇଛନ୍ତି । ଅଧିନାୟକ ଭାବେ ମାତ୍ର ୧୦ଟି ଟେଷ୍ଟ ମ୍ୟାଚରେ ସେ ଏହି ମାଇଲଷ୍ଟୋନ୍ ହାସଲ କରିଛନ୍ତି ।WTC ୨୦୨୫-୨୭ରେ ଗିଲ୍ ଏପର୍ଯ୍ୟନ୍ତ ୧୭ଟି ଇନିଂସରୁ ୬୮.୨୬ ହାରାହାରିରେ ୧୦୨୪ ରନ୍ କରିଛନ୍ତି । ଏଥିରେ ୫ଟି ଶତକ ଓ ୨ଟି ଅର୍ଦ୍ଧଶତକ ସାମିଲ ରହିଛି। ଗିଲଙ୍କ ପୂର୍ବରୁ ରୋହିତ ଶର୍ମା, ଅଜିଙ୍କ୍ୟ ରାହାଣେ ଓ ଯଶସ୍ୱୀ ଜୟସ୍ୱାଲ WTCର ଗୋଟିଏ ସଂସ୍କରଣରେ ୧୦୦୦ରୁ ଅଧିକ ରନ୍ କରିସାରିଛନ୍ତି । କିନ୍ତୁ ଅଧିନାୟକ ଭାବେ ଏହି ଉପଲବ୍ଧି ହାସଲ କରିବାରେ ଗିଲ୍ ପ୍ରଥମ ଭାରତୀୟ ହୋଇଛନ୍ତି।

ଶ୍ରୀଲଙ୍କା ବିପକ୍ଷ କଲମ୍ବୋ ଟେଷ୍ଟରେ ଶୁଭମନ ଗିଲ୍ ଆଉ ଏକ ବଡ଼ ମାଇଲଷ୍ଟୋନ୍ ହାସଲ କରିଛନ୍ତି। ସେ ଟେଷ୍ଟ କ୍ରିକେଟରେ ନିଜର ୩୦୦୦ ରନ୍ ପୂରଣ କରିଛନ୍ତି। ଏହି ଉପଲବ୍ଧି ହାସଲ କରି ଗିଲ୍ ସବୁଠାରୁ କମ୍ ବୟସରେ ଟେଷ୍ଟରେ ୩୦୦୦ ରନ୍ ପୂରଣ କରିଥିବା ଭାରତୀୟଙ୍କ ତାଲିକାରେ ଚତୁର୍ଥ ସ୍ଥାନରେ ରହିଛନ୍ତି। ଏହି ତାଲିକାରେ ସଚିନ ତେନ୍ଦୁଲକର ସର୍ବାଗ୍ରେ ଅଛନ୍ତି। ସେ ମାତ୍ର ୨୩ ବର୍ଷ ୨୨୮ ଦିନରେ ୩୦୦୦ ଟେଷ୍ଟ ରନ୍ ପୂରଣ କରିଥିଲେ। ବୀରେନ୍ଦ୍ର ସେହୱାଗ ୨୬ ବର୍ଷ ୧୫୭ ଦିନରେ ଏହି ମାଇଲଷ୍ଟୋନ୍ ହାସଲ କରି ଦ୍ୱିତୀୟ ଏବଂ ଦିଲୀପ ଭେଙ୍ଗସରକର ୨୬ ବର୍ଷ ୨୬୩ ଦିନ ବୟସରେ ଏହା କରି ତୃତୀୟ ସ୍ଥାନରେ ଅଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?