ବୁଡ଼ିଗଲା ବୁଡ଼ାଜାହାଜ: ୬ ଗବେଷକଙ୍କ ମୃତ୍ୟୁ, ୯ ଆହତ

ଇଜିପ୍ଟ,୨୭ା୩: ଗୁରୁବାର ଇଜିପ୍ଟର ଲୋହିତ ସାଗରର ହୁରଘାଡା ସହର ଉପକୂଳରେ ଏକ ବୁଡ଼ାଜାହାଜ ବୁଡ଼ି ଯାଇଛି। ଏହି ଭୟଙ୍କର ଘଟଣାରେ ଅତି କମ୍‌ରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ଏହି ଘଟଣା ପରେ ପ୍ରାୟ ୨୯ ଜଣଙ୍କୁ ଉଦ୍ଧାର କରାଯାଇଛି ଏବଂ ୪ ଜଣ ଗୁରୁତରଙ୍କ ସମେତ ଅନ୍ୟ ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଶରର ହୁରଘାଡା ସହର ଉପକୂଳରେ ବୁଡ଼ିଯାଇଥିବା ଏହି ପର୍ଯ୍ୟଟନ ବୁଡ଼ାଜାହାର ନାମ ସିନ୍ଦବାଦ। ଗୁରୁବାର ସକାଳେ ସମୁଦ୍ର କୂଳରେ ଥିବା ବନ୍ଦର ନିକଟରେ ବୁଡ଼ି ଯାଇଥିବା ଏହି ବୁଡ଼ାଜାହାଜରେ ପ୍ରାୟ ୪୪ ଜଣ ଯାତ୍ରୀ ଥିଲେ।

ରିପୋର୍ଟ ଅନୁଯାୟୀ, ଆହତମାନଙ୍କୁ ଡାକ୍ତରଖାନା ନେବା ପାଇଁ ଘଟଣାସ୍ଥଳକୁ ୨୧ଟି ଆମ୍ବୁଲାନ୍ସ ପଠାଯାଇଥିଲା। ସିନ୍ଦବାଦ ଜାହାଜରେ ମୋଟ୍‌ ୪୪ ଜଣ ଯାତ୍ରୀ ଥିଲେ, ଯେଉଁମାନେ ବିଭିନ୍ନ ଦେଶର ନାଗରିକ ଥିଲେ, ଯେଉଁମାନେ ମିଶରର ଲୋହିତ ସାଗରର ଗଭୀରତାରେ ପ୍ରବାଳ ରୀଫ ଏବଂ ଉଷ୍ଣକଟିବନ୍ଧୀୟ ମାଛ ଅନୁସନ୍ଧାନ କରିବାକୁ ଯାଇଥିଲେ। ଏହି ପର୍ଯ୍ୟଟନ ବୁଡ଼ାଜାହାଜ ସମୁଦ୍ରରେ ୭୨ ଫୁଟ ଗଭୀରତା ପର୍ଯ୍ୟନ୍ତ ଯାଇପାରିବ, କିନ୍ତୁ କୌଣସି ଅଜଣା କାରଣରୁ ଏହା ବୁଡ଼ିଗଲା। ତଥାପି, ଏହି ବୁଡ଼ାଜାହାଜ ବୁଡ଼ିବାର କାରଣ ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ। ତଦନ୍ତ ଜାରିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା…

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ।…

ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

ଓଡ଼ିଶା ଟ୍ରାଭେଲ ବଜାର; ଶୁଭାରମ୍ଭ ହେଲା ଓଡ଼ିଶା ମାଇସ୍ ଇନସେଣ୍ଟିଭ ପୋର୍ଟାଲ

ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍‌ ଷ୍ଟେକ୍‌ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?