ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଦାବିପତ୍ର: ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ ଆନ୍ଦୋଳନ

ଭଞ୍ଜନଗର,୧୦।୩(ବାବୁଲା ପ୍ରଧାନ): ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ସ୍କୁଲ ଛାତ୍ରୀ ମାନକ ମଧ୍ୟରେ ମଧ୍ୟ ନିର୍ଯାତନା ବଢୁଛି। ରାଜ୍ୟର ଭାଜପା ସରକାର ଦୋଷୀ ମାନକ ବିରୁଦ୍ଧରେ କଡ଼ା କାର୍ଯ୍ୟନୁଷ୍ଠାନ ନେବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଦାସଙ୍କ ଆହ୍ଵାନକ୍ରମେ ସୋମବାର ଗଞ୍ଜାମ ଜିଲା କଂଗ୍ରେସ କମିଟି( ପଶ୍ଚିମ) ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଭଞ୍ଜନଗର ଉପଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି ।

ଗଞ୍ଜାମ ଜିଲା କଂଗ୍ରେସ କମିଟି(ପଶ୍ଚିମ) ସଭାପତି ରବିନ୍ଦ୍ର ନାଥ ଶର୍ମାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ହୋଇଥିଲା। ଏହି ସମୟରେ ଗଞ୍ଜାମ ଜିଲା କଂଗ୍ରେସ କମିଟି( ପଶ୍ଚିମ)ର ବିଭିନ୍ନ ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ଏବଂ ଶତାଧିକ କର୍ମୀ ଉପସ୍ଥିତ ଥିଲେ। ଭଞ୍ଜନଗର କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ବିଷୋୟୀ, ଆସିକା ଲୋକସଭା ପ୍ରାର୍ଥୀ ଦେବକାନ୍ତ ଶର୍ମା, ଆସିକା ବିଧାୟକ ପ୍ରାର୍ଥୀନୀ ସୁରଭି ବିଷୋୟୀ, କବିସୂର୍ଯ୍ୟନଗର ବିଧାୟକ ପ୍ରାର୍ଥୀ ସଞ୍ଜୟ ମଣ୍ଡଳ, ପୋଲସରା ବିଧାୟକ ପ୍ରାର୍ଥୀ ଅଗସ୍ତି ବରାଡ, ଖଲ୍ଲିକୋଟ ବିଧାୟକ ପ୍ରାର୍ଥୀ ଚିତ୍ରସେନ୍ ବେହେରା, ସୋରଡା ବିଧାୟକ ପ୍ରାର୍ଥୀ ହରେ କୃଷ୍ଠ ରଥ, ହିଞ୍ଜିଳିକାଟୁ ବିଧାୟକ ପ୍ରାର୍ଥୀ ରଜନୀ କାନ୍ତ ପାଢ଼ୀ , ପ୍ରଦେଶ କଂଗ୍ରେସ କମିଟି ମହିଳା ଶାଖାର ପୂର୍ବତନ ସମ୍ପାଦିକା ସୁଦିପ୍ତା ଦାସ , ସନ୍ତୋଷ ଦିଗାଲ ପ୍ରମୁଖ ଉପସ୍ଥିତ ଥିଲେ। ପର୍ଯ୍ୟବେକ୍ଷକ ଭାବେ ବରିଷ୍ଠ କଂଗ୍ରେସ ନେତା ବିଜୟ ପ୍ରଧାନ ଥିଲେ।

ଦାବୀପତ୍ର ପ୍ରଦାନ ପୂର୍ବରୁ କଂଗ୍ରେସ ନେତା ଓ କର୍ମୀ ମାନେ ସ୍ଥାନୀୟ ଭେଜିପୁଟ ଶିବ ମନ୍ଦିରରୁ ଏକ ଶୋଭାଯାତ୍ରାରେ ବାହାରି ଭଞ୍ଜନଗର ସହର ପରିକ୍ରମା କରିଥିଲେ। ଏହାପରେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସଭା କରିଥିଲେ। ଏହାପରେ ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଦାବୀପତ୍ର ପ୍ରଦାନ କରାଯାଇଥିଲା । ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଆଶଙ୍କାରେ ଭଞ୍ଜନଗର ଏସଡିପିଓ ସୁଜିତ୍ କୁମାର ନାୟକ, ଥାନା ଅଧିକାରୀ ଜିବନାନନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?