ଅସନ୍ତୁଷ୍ଟ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ବ୍ରହ୍ମପୁର,୨୧ା୪(ନରସିଂହ ସାହୁ): ଗୋପାଳପୁର ବିଧାନସଭା କ୍ଷେତ୍ର ପାଇଁ ବିଜେଡିର ବିଦ୍ରୋହୀ ପ୍ରାର୍ଥୀ ହୋଇଛନ୍ତି ଉମା ଚରଣ ନାୟକ। ସେ ଶନିବାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କଳିଙ୍ଗ ବିଜୁ ନବୀନ ଜନତା ଦଳ ପକ୍ଷରୁ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଉମା ନାୟକ ବିଜେଡି ଜିଲା ସଂଗଠନର ଉପସଭାପତି ଥିଲେ ଏବଂ ବିଇଏମସିର ପୂର୍ବତନ ଡେପୁଟି ମେୟର ଜ୍ୟୋତ୍ସ୍ନା ନାୟକଙ୍କ ସ୍ବାମୀ। ବ୍ରହ୍ମପୁର ମହାନଗରର ୬ଟି ୱାର୍ଡ ଗୋପାଳପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଭୁକ୍ତ। ୩୯ନଂ ୱାର୍ଡ ଶିଳ୍ପାଞ୍ଚଳ ବାସିନ୍ଦା ଭାବେ ନାମାଙ୍କନରେ ଉଲ୍ଲେଖ କରିଛନ୍ତି। ଏହି ୱାର୍ଡରୁ ଗତ ପୌର ନିର୍ବାଚନରେ ଭାଜପା କର୍ପୋରେଟର ନିର୍ବାଚିତ ହୋଇଛନ୍ତି।
ସୂଚନାଯୋଗ୍ୟ ଉମା ନାୟକ ବିଜେଡିର ଜଣେ ଆଗଧାଡ଼ିର ନେତା। ସେ ରାଜନୀତି ଆରମ୍ଭରୁ ବିଜୁ ଲଗାସି। ହଠାତ୍‌ କାହିଁକି ପ୍ରାର୍ଥୀପତ୍ର ଦାଖଲ କଲେ ତାହା ରହସ୍ୟ ଘେରକୁ ଆସିଛି। ବିଜେଡି ଜିଲା ସଂଗଠନରେ ତାଙ୍କୁ କୋଣଠେସା କରାଯାଇଥିବାରୁ ସେ ବିଦ୍ରୋହୀ ସାଜିଥିବା ଶିଳ୍ପାଞ୍ଚଳରେ ଚର୍ଚ୍ଚା ହେଉଛି। ଅନ୍ୟପକ୍ଷରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ ଚଳିତ ନିର୍ବାଚନରେ ବିଜେଡି ଗୋପାଳପୁର ପ୍ରାର୍ଥୀ କରିଛି। ଦୀର୍ଘ ମାସ ତଳୁ ପଣ୍ଡା ଗୋପାଳପୁର ସଂଗଠନ ଦାୟିତ୍ୱ ତୁଲାଉଛନ୍ତି। ଶଙ୍ଖ ଦଳର ସବୁ କାର୍ଯ୍ୟକ୍ରମରେ ଉମା ଉପସ୍ଥିତ ରହୁଥିବା ନଜିର ଅଛି। ଅଚାନକ ଭାବେ ନାମାଙ୍କନ ଦାଖଲ ସନ୍ଦେହ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ପୂର୍ବରୁ ଉମା ଗୋପାଳପୁର ବିଧାୟକ ତଥା ବର୍ତ୍ତମାନର ବ୍ରହ୍ମପୁର ଲୋକସଭା କ୍ଷେତ୍ର ଭାଜପା ପ୍ରାର୍ଥୀ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଏକାନ୍ତ ଅନୁଗତ ଥିଲେ ଏବଂ ତାଙ୍କ ଦ୍ୱାରା ରାଜନୀତିରେ ବିଭିନ୍ନ ସୁଯୋଗ ପାଇଥିଲେ। ପ୍ରଦୀପ ବିଜେଡିଙ୍କୁ ଚ୍ୟାଲେଞ୍ଜ କରି ଲୋକସଭା ମଇଦାନକୁ ଓହ୍ଲାଇଛନ୍ତି। ତାଙ୍କ ପାଇଁ ଏହି ନିର୍ବାଚନ ସମ୍ମାନର ପ୍ରଶ୍ନ ହୋଇଯାଇଛି। ଯେକୌଣସି ମତେ ନିର୍ବାଚିତ ହେବା ଲାଗି ପ୍ରାଣମୂଚ୍ଛା ପ୍ରୟାସ ଚଳାଇଛନ୍ତି। ତେଣୁ ଶିଳ୍ପାଞ୍ଚଳରେ ଦବଦବା ଥିବା ଉମା ନାୟକଙ୍କୁ ପାଣିଗ୍ରାହୀଙ୍କ ଚକ୍ରାନ୍ତ ହୋଇଥିବା ମଧ୍ୟ ଚର୍ଚ୍ଚା ପରିସରକୁ ଆସିଛି। ଯୋଗାଯୋଗ ସମ୍ଭବ ହୋଇନଥିବାରୁ ଉମାଙ୍କ
ପ୍ରତିକ୍ରିୟା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri