ଓକିଲ ସଂଘ ସଭାପତି ପଦ ନିମନ୍ତେ ନାମାଙ୍କନପତ୍ର ଦାଖଲ

ଦିଗପହଣ୍ଡି,୫ା୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ବିଭିନ୍ନ ପଦବୀ ନିମନ୍ତେ ଆସନ୍ତା ୨୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ଆଇନଜୀବୀ ପରିଷଦର ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ହେବାକୁ ଥିବା ଏହି ନିର୍ବାଚନରେ ସଭାପତି ପଦବୀ ନିମନ୍ତେ ବୁଧବାର ନିର୍ବାଚନ ଅଧିକାରୀ ବରିଷ୍ଠ ଆଇନଜୀବୀ ଚନ୍ଦ୍ରଧଜ ସିଂହଙ୍କ ନିକଟରେ କୁରେଶୁୁ ପଣ୍ଡା ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ସମୟରେ ଆଇନଜୀବୀ ରଞ୍ଜନ କୁମାର ବେହେରା, ରବୀନ୍ଦ୍ର କୁମାର ସାହୁ, ପି.ଶିବଶଙ୍କର ପ୍ରମୁଖ ଉପସ୍ଥିତ ଥିଲେ। ବୁଧବାରଠାରୁ ଶୁକ୍ରବାର ଅପରାହ୍ନ ୩ ଯାଏ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ରବିବାର ପ୍ରାର୍ଥିପତ୍ର ଯାଞ୍ଚ କରାଯିବା ସହ ସୋମବାର ବିଭିନ୍ନ ପଦବୀ ନିମନ୍ତେ ଯୋଗ୍ୟ ପ୍ରାର୍ଥୀ ତାଲିକା ପ୍ରକାଶନ କରାଯିବ। ବୁଧବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ନିର୍ଘଣ୍ଟ ସରିବା ପରେ ଗୁରୁବାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶନ କରାଯିବ। ଚଳିତ ମାସ ୨୯ ତାରିଖ ପୂର୍ବାହ୍ନ ସାଢ଼େ ୭ଟାରୁ ଅପରାହ୍ନ ୩ ଯାଏ ସଂଘର ସଦସ୍ୟ ବୃନ୍ଦ ମତଦାନ କରିବେ। ପରେ ମତଗଣନା କାର୍ଯ୍ୟକ୍ରମ ସରିବା ପରେ ଫଳାଫଳ ଘୋଷଣା କରାଯିବ ବୋଲି ନିର୍ବାଚନ ଅଧିକାରୀ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri