କଟକ ଅଫିସ,୬।୭: କୋଭିଡ୍ଜନିତ ମୃତ୍ୟୁର ଅଡିଟ୍ ପ୍ରସଙ୍ଗରେ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ଏଥିରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଥିଲେ। ହେଲେ କୋଭିଡ୍ ମୃତ୍ୟୁ ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ଦାଖଲ କରିପାରି ନ ଥିଲେ। ଏଥିରେ ହାଇକୋର୍ଟ ଅସନ୍ତାଷ ପ୍ରକାଶ କରିବା ସହ ଆସନ୍ତା ୨୦ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି। ଏହି ସମୟ ସୁଦ୍ଧା ରାଜ୍ୟ ସରକାର ସତ୍ୟପାଠ ଜରିଆରେ ତଥ୍ୟ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ରାଜ୍ୟ ସରକାର ସୋମବାର ଦାଖଲ କରିଥିବା ସତ୍ୟପାଠରେ ଦର୍ଶାଇଥିଲେ, କୋଭିଡ୍ଜନିତ ମୃତ୍ୟୁର ତଥ୍ୟ ସଂଗ୍ରହ ପାଇଁ ପ୍ରତି ଜିଲାରେ କମିଟି ଗଠନ କରାଯାଇଛି। ଏହି କମିଟି କୋଭିଡ୍ ମୃତ୍ୟୁର ଯାଞ୍ଚ କରିବ। ସେହିପରି ଘରକୁ ଘର ବୁଲି ଟିକାକରଣ ପ୍ରସଙ୍ଗରେ ରାଜ୍ୟ ସରକାର ଜବାବ ରଖିଛନ୍ତି। ଏହା ସମ୍ଭବ ନୁହେଁ ବୋଲି ସରକାର ହାଇକୋର୍ଟଙ୍କୁ ଜଣାଇଛନ୍ତି। ସଂକ୍ରମଣ ରୋକିବା ପାଇଁ କୋଭିଡ୍ ଗାଇଡ୍ଲାଇନ ପାଳନ ଉପରେ ଗୁରୁତ୍ୱ ଦିଆଯାଉଥିବା ନେଇ ସରକାର ଅବଗତ କରାଇଛନ୍ତି।
ସୂଚନାଯୋଗ୍ୟ, କୋଭିଡ୍ ମୃତ୍ୟୁର ଅଡିଟ୍ ପାଇଁ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ନିଶିକାନ୍ତ ମିଶ୍ର ଗତ ୧୮ ତାରିଖରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଥିଲେ।
Posted inHome Left, ଆମ ଜିଲା ଖବର, କଟକ View All
ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…
ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!
ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…
୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…
ବଡ଼ ଭୁଲ୍ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…
ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…
ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…
ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ
ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…
ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…
ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI)…
ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା
କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

