ଆଜିଠୁ ନାମାଙ୍କନ ଦାଖଲ

ବ୍ରହ୍ମପୁର ଅଫିସ,୪ା୩: ଚଳିତ ବର୍ଷ ପାଇଁ ଗଞ୍ଜାମ ଓକିଲ ସଂଘର ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖ ଦିନ ଧାର୍ଯ୍ୟ ହୋଇଛି। ଏନେଇ ୪ ରୁ ୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ସେହିପରି ୧୦ତାରିଖ ପ୍ରାର୍ଥୀପତ୍ର ଯାଞ୍ଚ କରାଯାଇ ୧୧ରେ କାଏମ ରହିଥିବା ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ୧୨ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ୧୩ରେ ଚୂଡ଼ାନ୍ତ ତାଲିକା ପ୍ରକାଶ କରାଯିବ। ୨୫ ତାରିଖ ପୂର୍ବାହ୍ନ ୮ଟାରୁ ଅପରାହ୍ନ ୩ଟା ମଧ୍ୟରେ ଭୋଟ ଗ୍ରହଣ ହେବ। ଅପରାହ୍ନ ୪ଟା ପରେ ଗଣତି ଆରମ୍ଭ ହୋଇ ଫଳାଫଳ ଘୋଷଣା କରାଯିବ ବୋଲି ନିର୍ବାଚନ ଅଧିକାରୀ ଅକ୍ଷୟ କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି। ଏହି ନିର୍ବାଚନରେ ସଂଘରେ ସଦସ୍ୟତା ଥିବା ୧୫୦୩ ଆଇନଜୀବୀ ଭୋଟ ଦେଇପାରିବେ ବୋଲି ସେ କହିଛନ୍ତି। ଭୋଟରଙ୍କ ମଧ୍ୟରୁ ୧୪୨୭ ଜଣ ଆଇନଜୀବୀ ପୁରୁଣା ଭୋଟର ହୋଇଥିବା ବେଳେ ୭୬ଜଣ ନୂତନ ଭୋଟର ଅଛନ୍ତି। ସଭାପତି ପଦ ପାଇଁ ୫ହଜାର ଟଙ୍କା, ଉପସଭାପତି ପାଇଁ ୪ହଜାର ଏବଂ ସମ୍ପାଦକ ପଦ ପାଇଁ ୩ ହଜାର ଓ ସହ ସମ୍ପାଦକ ପାଇଁ ୨ ହଜାର ଟଙ୍କା ଅମାନତ ରଖାଯାଇଥିବା ସଂଘ ପକ୍ଷରୁ ଜାରି ବିଜ୍ଞପ୍ତିରୁ ଜଣାଯାଇଛି। ଅନ୍ୟପକ୍ଷେ ସଭାପତି ପଦବୀ ପାଇଁ ପ୍ରତିଦ୍ୱନ୍ଦିତା କରିବାକୁ ହେଲେ ୩୦ବର୍ଷରୁ ଊଦ୍ଧର୍‌ବ ସମୟ ସଂଘରେ ସଦସ୍ୟତା ରହିବା ଆବଶ୍ୟକ। ଉପ ସଭାପତି ପାଇଁ ୨୫ବର୍ଷ, ସମ୍ପାଦକ ପାଇଁ ୧୫ ବର୍ଷ ଏବଂ ସହସମ୍ପାଦକ ପାଇଁ ୧୦ବର୍ଷରୁ ଊଦ୍ଧର୍‌ବ ସମୟ କାମ କରିଥିବା ଆବଶ୍ୟକ। ବିଜ୍ଞପ୍ତି ପ୍ରକାଶ ପରେ କୋର୍ଟ ପରିସର ଚଳଚଞ୍ଚଳ ହୋଇଛି। ଏକାଧିକ ପ୍ରାର୍ଥୀ ଏବେ ସୋସିଆଲ ମିଡ଼ିଆ ଏବଂ ବିଭିନ୍ନ ଛକରେ ପୁସିଂ କାର୍ଡ ଦେଇ ପ୍ରଚାର ଆରମ୍ଭ କରି ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri