ଆଜିଠୁ ନାମାଙ୍କନ ଦାଖଲ

ବ୍ରହ୍ମପୁର ଅଫିସ,୪ା୩: ଚଳିତ ବର୍ଷ ପାଇଁ ଗଞ୍ଜାମ ଓକିଲ ସଂଘର ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖ ଦିନ ଧାର୍ଯ୍ୟ ହୋଇଛି। ଏନେଇ ୪ ରୁ ୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ସେହିପରି ୧୦ତାରିଖ ପ୍ରାର୍ଥୀପତ୍ର ଯାଞ୍ଚ କରାଯାଇ ୧୧ରେ କାଏମ ରହିଥିବା ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ୧୨ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ୧୩ରେ ଚୂଡ଼ାନ୍ତ ତାଲିକା ପ୍ରକାଶ କରାଯିବ। ୨୫ ତାରିଖ ପୂର୍ବାହ୍ନ ୮ଟାରୁ ଅପରାହ୍ନ ୩ଟା ମଧ୍ୟରେ ଭୋଟ ଗ୍ରହଣ ହେବ। ଅପରାହ୍ନ ୪ଟା ପରେ ଗଣତି ଆରମ୍ଭ ହୋଇ ଫଳାଫଳ ଘୋଷଣା କରାଯିବ ବୋଲି ନିର୍ବାଚନ ଅଧିକାରୀ ଅକ୍ଷୟ କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି। ଏହି ନିର୍ବାଚନରେ ସଂଘରେ ସଦସ୍ୟତା ଥିବା ୧୫୦୩ ଆଇନଜୀବୀ ଭୋଟ ଦେଇପାରିବେ ବୋଲି ସେ କହିଛନ୍ତି। ଭୋଟରଙ୍କ ମଧ୍ୟରୁ ୧୪୨୭ ଜଣ ଆଇନଜୀବୀ ପୁରୁଣା ଭୋଟର ହୋଇଥିବା ବେଳେ ୭୬ଜଣ ନୂତନ ଭୋଟର ଅଛନ୍ତି। ସଭାପତି ପଦ ପାଇଁ ୫ହଜାର ଟଙ୍କା, ଉପସଭାପତି ପାଇଁ ୪ହଜାର ଏବଂ ସମ୍ପାଦକ ପଦ ପାଇଁ ୩ ହଜାର ଓ ସହ ସମ୍ପାଦକ ପାଇଁ ୨ ହଜାର ଟଙ୍କା ଅମାନତ ରଖାଯାଇଥିବା ସଂଘ ପକ୍ଷରୁ ଜାରି ବିଜ୍ଞପ୍ତିରୁ ଜଣାଯାଇଛି। ଅନ୍ୟପକ୍ଷେ ସଭାପତି ପଦବୀ ପାଇଁ ପ୍ରତିଦ୍ୱନ୍ଦିତା କରିବାକୁ ହେଲେ ୩୦ବର୍ଷରୁ ଊଦ୍ଧର୍‌ବ ସମୟ ସଂଘରେ ସଦସ୍ୟତା ରହିବା ଆବଶ୍ୟକ। ଉପ ସଭାପତି ପାଇଁ ୨୫ବର୍ଷ, ସମ୍ପାଦକ ପାଇଁ ୧୫ ବର୍ଷ ଏବଂ ସହସମ୍ପାଦକ ପାଇଁ ୧୦ବର୍ଷରୁ ଊଦ୍ଧର୍‌ବ ସମୟ କାମ କରିଥିବା ଆବଶ୍ୟକ। ବିଜ୍ଞପ୍ତି ପ୍ରକାଶ ପରେ କୋର୍ଟ ପରିସର ଚଳଚଞ୍ଚଳ ହୋଇଛି। ଏକାଧିକ ପ୍ରାର୍ଥୀ ଏବେ ସୋସିଆଲ ମିଡ଼ିଆ ଏବଂ ବିଭିନ୍ନ ଛକରେ ପୁସିଂ କାର୍ଡ ଦେଇ ପ୍ରଚାର ଆରମ୍ଭ କରି ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri