‘ଶୁଣାଣିରେ ଭାଗ ନେଇ ନ ଥିଲେ ସତ୍ୟପାଠ ଦାଖଲ କର’

କଟକ ଅଫିସ/କୁଜଙ୍ଗ (ଡି.ଏନ.ଏ.),୧୨ା୩ : ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ନେଇ ବିବାଦ ଜାରି ରହିଛି। ପ୍ରକଳ୍ପକୁ ବିରୋଧ କରୁଥିବା ଢିଙ୍କିଆ ଗ୍ରାମବାସୀଙ୍କ ଉପରେ ଗତ ଜାନୁୟାରୀ ୧୪ରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇ ହାଇକୋର୍ଟରେ ପୃଥକ୍‌ ଭାବେ ୩ଟି ଅଭିଯୋଗ ହୋଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଇନଜୀବୀ କମିଟି ପକ୍ଷରୁ ଦ୍ୱିତୀୟ ଥର ପାଇଁ ଗତ ୫ ତାରିଖରେ ଉକ୍ତ ଅଞ୍ଚଳରେ ଜନଶୁଣାଣି କରାଯାଇଥିଲା। କିନ୍ତୁ ସେଥିରେ କେତେଜଣ ଗ୍ରାମବାସୀ ଭାଗ ନେଇପାରି ନ ଥିବା ନେଇ ଶୁକ୍ରବାର ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହାକୁ ଗ୍ରହଣ କରି ହାଇକୋର୍ଟ ଯେଉଁମାନେ ଚାହିଁବେ ସେମାନେ ତାଙ୍କ ଆଇନଜୀବୀଙ୍କ ଜରିଆରେ ସରକାରୀ ଆଇନଜୀବୀଙ୍କ ନିକଟରେ ସତ୍ୟପାଠ ଦାଖଲ କରିପାରିବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ସତ୍ୟପାଠରେ ସେମାନେ ଉକ୍ତ ପ୍ରକଳ୍ପକୁ ବିରୋଧ କିମ୍ବା ସମର୍ଥନ କରୁଛନ୍ତି ତାହା ଉଲ୍ଲେଖ କରିପାରିବେ ବୋଲି ହାଇକୋର୍ଟ କହିଛନ୍ତି। ଏହି ସମସ୍ତ ସତ୍ୟପାଠକୁ ଜଗତ୍‌ସିଂହପୁର ଜିଲାପାଳଙ୍କୁ ପ୍ରଦାନ କରାଯିବ। ଜଗତ୍‌ସିଂହପୁର ଜିଲାପାଳ ଏହି ସତ୍ୟପାଠ ସହ ଗତ ୫ ତାରିଖରେ ଅନୁଷ୍ଠିତ ଜନଶୁଣାଣିର ଭିଡିଓକୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟକୁ ପଠାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ଶୁକ୍ରବାର ଏହି ମାମଲାରେ ଆଇନଜୀବୀ ପ୍ରଶାନ୍ତ ଜେନା ଏବେ ବି ଢିଙ୍କିଆକୁ ପୋଲିସ ଭୟରେ ୩୦ ଜଣ ଲୋକ ଫେରି ନ ଥିବା ନେଇ ଅଦାଲତଙ୍କୁ ଅବଗତ କରିଥିଲେ। କିନ୍ତୁ ଭିଡିଓ କନ୍‌ଫରେନ୍ସ ଜରିଆରେ ହାଜର ହୋଇଥିବା ଜଗତ୍‌ସିଂହପୁର ଏସ୍‌ପି ଅଖିଳେଶ୍ୱର ସିଂ ଆଇନଜୀବୀ ଜେନାଙ୍କ ପକ୍ଷରୁ ଦିଆଯାଇଥିବା ୮୫ ଜଣଙ୍କ ତାଲିକା ମଧ୍ୟରୁ ୮୧ ଜଣ ଫେରି ଆସିଥିବାବେଳେ ଆଉ ମାତ୍ର ୪ ଜଣ ଫେରିନାହାନ୍ତି ବୋଲି ଅଦାଲତଙ୍କୁ କହିଥିଲେ। ଆଉ ଯେଉଁମାନେ ଫେରିନାହାନ୍ତି ବୋଲି କୁହାଯାଉଛି ସେମାନଙ୍କୁ ଜାନୁୟାରୀ ୧୪ ପୂର୍ବରୁ କେତେକ ଆପରାଧିକ ଘଟଣାରେ ଗିରଫ କରାଯାଇଥିବା ନେଇ ଅଦାଲତଙ୍କୁ କହିଥିଲେ। ଏହା ଉପରେ ହାଇକୋର୍ଟ ଜଗତସିଂହପୁର ଏସ୍‌ପିଙ୍କୁ ଯେଉଁମାନଙ୍କୁ ଜାନୁୟାରୀ ୧୪ ପୂର୍ବରୁ ଗିରଫ କରାଯାଇଛି ବୋଲି କୁହାଯାଉଛି ସେମାନଙ୍କ ନାଁରେ କେଉଁସବୁ ଦଫା ଲଗାଯାଇଛି ତାହାର ସବିଶେଷ ତଥ୍ୟ ସତ୍ୟପାଠ ଜରିଆରେ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର ଏବଂ ବିଚାରପତି ଜଷ୍ଟିସ୍‌ ରାଧିକୃଷ୍ଣ ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁକ୍ରବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଏପ୍ରିଲ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ସୂଚନାଥାଉ କି ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୫ ତାରିଖରେ ଆଇନଜୀବୀ ପ୍ରଶାନ୍ତ କୁମାର ଜେନା, ସୁକାନ୍ତ କୁମାର ଦଳାଇ, ଓମ୍‌କାର ଦେବଦାସ, ଜନ୍ମେଜୟ କଟକିଆ ଏବଂ ଦେବକାନ୍ତ ମହାନ୍ତିଙ୍କୁ ନେଇ ଗଠିତ ୫ ଜଣିଆ ଆଇନଜୀବୀ କମିଟି ଢିଙ୍କିଆ ଅଞ୍ଚଳ ପରିଦର୍ଶନ କରି ସେଠାରେ ଜନଶୁଣାଣି କରିଥିଲେ। ଶୁକ୍ରବାର କମିଟି ପକ୍ଷରୁ ହାଇକୋର୍ଟରେ ଏକ ରିପୋର୍ଟ ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri