ଅବସରପ୍ରାପ୍ତ ଜିଲା ଜଜ୍‌ଙ୍କ ତଦନ୍ତ ରିପୋର୍ଟ ଦାଖଲ

କଟକ ଅଫିସ, ୯।୧୧: ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ଚିକିତ୍ସା ଅବହେଳା ନେଇ ଆଗତ ମାମଲାର ନ୍ୟାୟିକ ତଦନ୍ତ କରିବାକୁ ହାଇକୋର୍ଟ ଅବସରପ୍ରାପ୍ତ ଜିଲା ଜଜ୍‌ ଏ.ବି.ଏସ୍‌. ନାଇଡୁଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ଅନୁଯାୟୀ ଜଷ୍ଟିସ ନାଇଡୁ ତଦନ୍ତ କରିଥିଲେ। ଏହାପରେ ସେ ସୋମବାର ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଏ.କେ. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠଙ୍କ ନିକଟରେ ତଦନ୍ତ ରିପୋର୍ଟ ଦାଖଲ କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୬ରେ ହେବ।
ସୂଚନାଯୋଗ୍ୟ, କରୋନା ଦ୍ୱିତୀୟ ଲହରବେଳେ ଭିମ୍‌ସାରରେ ଚିକିତ୍ସାଧୀନ ରୋଗୀଙ୍କୁ ବ୍ୟାପକ ଅବହେଳା କରାଯାଇଛି। ଫଳରେ ଅନେକ ରୋଗୀଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭିଯୋଗ ଆଣି ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ବିରୋଧରେ ବରଗଡ଼ ଜିଲା କେନ୍ଦବାହାଲ ଗ୍ରାମର ଜ୍ଞାନଦତ୍ତ ଚୌହ୍ବାନ ଗତ ମେ ୨୩ରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ତାଙ୍କ ସମ୍ପର୍କୀୟମାନେ କୋଭିଡ୍‌ କାଳରେ ଭିମ୍‌ସାରରେ ଉପଯୁକ୍ତ ଚିକିତ୍ସା ସେବା ନ ପାଇ ହଇରାଣ ହୋଇଥିବା ଦର୍ଶାଇ ସେ ୯ଟି ପୃଥକ ସତ୍ୟପାଠ ଦାଖଲ କରିଥିଲେ। ହାଇକୋର୍ଟ ଏହି ମାମଲାର ବିଚାର କରି ଗତ ଜୁଲାଇ ୭ରେ ସମ୍ବିଧାନର ଧାରା ୨୧ ଅନୁସାରେ ରୋଗୀଙ୍କ ମୌଳିକ ଅଧିକାର କ୍ଷୁର୍ଣ୍ଣ ହୋଇଥିବା ଦର୍ଶାଇ ନ୍ୟାୟିକ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri