Posted inଜାତୀୟ

ସୁବୋଧ ଜୟସ୍ବାଲ ସିବିଆଇ ମୁଖ୍ୟ

ନୂଆଦିଲ୍ଲୀ,୨୬ା୫: କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ (ସିଆଇଏସ୍‌ଏଫ୍‌) ମହାନିର୍ଦ୍ଦେଶକ ସୁବୋଧ କୁମାର ଜୟସ୍ବାଲଙ୍କୁ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ୩ ଜଣିଆ ଚୟନ କମିଟି ବୈଠକରେ ତାଙ୍କ ନାମ ଚୂଡ଼ାନ୍ତ କରାଯାଇଥିଲା। ୨୦୨୨ ସେପ୍ଟେମ୍ବରରେ ଅବସର ନେବାକୁ ଥିବା ଜୟସ୍ବାଲ ୨ ବର୍ଷ ପାଇଁ ଏହି ଦାୟିତ୍ୱ ତୁଲାଇବେ ବୋଲି କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ଏକ ନିର୍ଦ୍ଦେଶନାମାରେ କୁହାଯାଇଛି।
ସିବିଆଇ ନିର୍ଦ୍ଦେଶକ ପଦବୀ ଖାଲି ପଡ଼ିଥିବାବେଳେ କାର୍ଯ୍ୟକାରୀ ନିର୍ଦ୍ଦେଶକ ପ୍ରବୀଣ ସିହ୍ନା ଏହି ଦାୟିତ୍ୱ ତୁଲାଉଥିଲେ। ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥାର ନୂଆ ନିର୍ଦ୍ଦେଶକଙ୍କୁ ଚୟନ କରିବା ଲାଗି ସୋମବାର ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚକ୍ଷମତା ସମ୍ପନ୍ନ ଚୟନ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୯୮୫ ବ୍ୟାଚ୍‌ ମହାରାଷ୍ଟ୍ର କ୍ୟାଡର୍‌ ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଅଧିକାରୀ ସୁବୋଧ କୁମାର ଜୟସ୍ବାଲ, ସଶସ୍ତ୍ର ସୀମା ବଳ ମହାନିର୍ଦ୍ଦେଶକ କେ.ଆର୍‌. ଚନ୍ଦ୍ରା ଓ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସ୍ବତନ୍ତ୍ର ସଚିବ(ଆଭ୍ୟନ୍ତରୀଣ ସୁରକ୍ଷା) ଭି.ଏସ୍‌.କେ. କୌମୁଦୀଙ୍କ ସମେତ ୧୯୮୪ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଓ୍ବାଇ.ସି. ମୋଦି (ଆସାମ-ମେଘାଳୟ କ୍ୟାଡର) ଏବଂ ରାକେଶ ଅସ୍ଥାନା (ଗୁଜରାଟ କ୍ୟାଡର)ଙ୍କ ନାମକୁ ନେଇ ବିଚାର ଚାଲିଥିଲା। ତେବେ ଚୟନ କମିଟିର ସଦସ୍ୟ ଥିବା ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା ୨୦୧୯ ମାର୍ଚ୍ଚର ଏକ ମାମଲାର ଅବତାରଣା କରି ଆପତ୍ତି ଉଠାଇଥିଲେ। ୬ ମାସ ମଧ୍ୟରେ ଅବସର ନେବାକୁ ଥିବା କୌଣସି ଅଧିକାରୀଙ୍କୁ ସିବିଆଇ ମୁଖ୍ୟ ଭାବେ ନିଯୁକ୍ତ କରାଯାଇପାରିବ ନାହିଁ ବୋଲି ସେତେବେଳେ ପ୍ରକାଶ ସିଂଙ୍କ ମାମଲାରେ ସୁପ୍ରିମକୋର୍ଟ ରାୟ ଦେଇଥିଲେ। ଜଷ୍ଟିସ୍‌ ରମନା ଉକ୍ତ ଗାଇଡ୍‌ଲାଇନ୍‌ ସମ୍ପର୍କରେ କହିବାରୁ ବିରୋଧୀ ଦଳ ନେତା ଦାୟିତ୍ୱ ତୁଲାଉଥିବା କଂଗ୍ରେସର ଅଧୀର ରଞ୍ଜନ ଚୌଧରୀ (ଉକ୍ତ କମିଟିର ସଦସ୍ୟ) ତାଙ୍କୁ ସମର୍ଥନ କରିଥିଲେ। ଫଳରେ ଆଇନ ଅନୁସାରେ ସିବିଆଇ ମୁଖ୍ୟଙ୍କୁ ଚୟନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ପ୍ରକାଶ ଯେ, ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ମୁଖ୍ୟ ଓ୍ବାଇ.ସି. ମୋଦି ମେ’ ଶେଷରେ ଏବଂ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ମୁଖ୍ୟ ରାକେଶ ଅସ୍ଥାନା ଜୁଲାଇରେ ଅବସର ନେବେ। ଏହି ଦୁଇ ଅଧିକାରୀ ପ୍ରଧାନମନ୍ତ୍ରୀଙ୍କ ଅନୁଗତ ଭାବେ ଜଣାଶୁଣା। ଉଭୟେ ସିବିଆଇରେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଥିବାରୁ ଏହାର ନିର୍ଦ୍ଦେଶକ ହେବା ପାଇଁ ଆଶା କରିଥିଲେ। ତେବେ ସିଜେଆଇଙ୍କ ଯୁକ୍ତି ଏବଂ ନୂଆ ସିବିଆଇ ମୁଖ୍ୟଙ୍କ ନିଯୁକ୍ତି ପରେ ଦୁହିଁଙ୍କ ଆଶା ମଉଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?