ସୁବ୍ରମଣ୍ୟମ୍‌ ନୀତି ଆୟୋଗର ନୂଆ ସିଇଓ

ନୂଆଦିଲ୍ଲୀ,୨୧।୨: ବରିଷ୍ଠ ପ୍ରଶାସନିକ ଅଧିକାରୀ ବିଭିଆର୍‌ ସୁବ୍ରମଣ୍ୟମଙ୍କୁ ସୋମବାର କେନ୍ଦ୍ର ସରକାର ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତ କରିଛନ୍ତି। ବିଶେଷକରି ଛତିଶଗଡ଼ କ୍ୟାଡରର ୧୯୮୭ ବ୍ୟାଚ୍‌ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ସୁବ୍ରମଣ୍ୟମ୍‌ ଗତ ବର୍ଷ ସେପ୍ଟେମ୍ବର ୩୦ରେ ଭାରତ ବାଣିଜ୍ୟ ପ୍ରୋତ୍ସାହନ ସଂଗଠନ (ଆଇଟିପିଓ)ର ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଥିଲେ। ଏପରିକି ଜମ୍ମୁ-କଶ୍ମୀରରେ ଗତ ବର୍ଷ ରାଜ୍ୟପାଳ ଶାସନ ଘୋଷଣା ହେବା ପରେ ସେ ଜମ୍ମୁ-କଶ୍ମୀରରେ ଅବସ୍ଥାପିତ ହେବା ପୂର୍ବରୁ ଛତିଶଗଡ଼ରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ (ଗୃହ) ଥିଲେ। ସେ ପୂର୍ବରୁ ଜମ୍ମୁ-କଶ୍ମୀରର ମୁଖ୍ୟ ଶାସନ ସଚିବ ଭାବେ ଦକ୍ଷତାର କାର୍ଯ୍ୟ କରିଥିଲେ ଏବଂ ରାଜ୍ୟର ଅମଲାତନ୍ତ୍ରରେ ପ୍ରମୁଖ ଭୂମିକା ମଧ୍ୟ ଗ୍ରହଣ କରିଥିଲେ। ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ସ୍ଥିତିକୁ ରଦ୍ଦ କରିବା ଏବଂ ରାଜ୍ୟକୁ ଦୁଇଟି ପୃଥକ୍‌ ୟୁନିୟନ୍‌ ଅଞ୍ଚଳରେ ବିଭକ୍ତ କରିବା ପାଇଁ କେନ୍ଦ୍ରର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦିଆଯାଇଥିବା ଅଳ୍ପ ଅଧିକାରୀଙ୍କ ମଧ୍ୟରେ ସୁବ୍ରମଣ୍ୟମଙ୍କ ସମ୍ପୃକ୍ତି ବେଶ୍‌ ଅଧିକ ଥିଲା। ଅପରପକ୍ଷରେ ନୀତି ଆୟୋଗର ବର୍ତ୍ତମାନ ସିଇଓ ପରମେଶ୍ୱରନ୍‌ ଆୟର୍‌ ୩ବର୍ଷ କାର୍ଯ୍ୟକାଳ ପାଇଁ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ବିଶ୍ୱ ବ୍ୟାଙ୍କକୁ ଯିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri